ଜଗତସିଂହପୁର(ଦୀପକ ମହାନ୍ତି): ଜଗତସିଂହପୁର ଜିଲ୍ଲା ମାଛଗାଁ ରାସ୍ତାର ସଦେଇପୁର ଛକ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ କାର୍ ଧକ୍କା ଦେଇଛି। ଏଥିରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କରଙ୍କ ସମେତ ଦୁଇ ଜଣ ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁଇଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ରହିଛି।
ଗତକାଲି ବିଜୟ ଜଣେ ସାଙ୍ଗ ସହିତ ବିବାହ ଭୋଜିକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଆଜି ଭୋର ପ୍ରାୟ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।