ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ରାସ୍ତାରେ ବସିଲେ ପରିବାର ଲୋକେ

ରାଉରକେଲା (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ପାନପୋଷରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ ଗାନ୍ଧୀ ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ୧୪୩ ନମ୍ବର ଜାତୀୟ ରାଜପଥରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହିଥିଲେ। ସ୍ଥାନୀୟ ପୁଲିସ୍ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ସୂଚନା ଅନୁଯାୟୀ, ଗତକାଲି ରାତିରେ […]

Road Block

Road Block

Niharika Rout
  • Published: Monday, 03 May 2021
  • Updated: 03 May 2021, 08:57 AM IST

Sports

Latest News

ରାଉରକେଲା (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ପାନପୋଷରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ ଗାନ୍ଧୀ ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ୧୪୩ ନମ୍ବର ଜାତୀୟ ରାଜପଥରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହିଥିଲେ। ସ୍ଥାନୀୟ ପୁଲିସ୍ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

ସୂଚନା ଅନୁଯାୟୀ, ଗତକାଲି ରାତିରେ ପାନପୋଷ ସ୍ଥିତ ଉକ୍ତ ଘରୋଇ ହସ୍‌ପିଟାଲ୍‌ରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିବାର ଲୋକେ ଓ ସଂପର୍କୀୟମାନେ ଅଭିଯୋଗ କରିଥିଲେ। କେବଳ ସେତିକି ନୁହେଁ, ହସ୍‌ପିଟାଲ୍ କର୍ମଚାରୀମାନେ ରୋଗୀଙ୍କ ସଂପର୍କୀୟମାନଙ୍କୁ ମାଡ଼ ମଧ୍ୟ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷରେ ଘଟଣା ସଂପର୍କରେ ଉକ୍ତ ମେଡିକାଲ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos