ବାଲିଘାଟଠାରେ ବସ୍ ଓଲଟି ପଡ଼ିବା ଘଟଣା: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବାଲିଘାଟଠାରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସିବା ଘଟଣାରେ ଆଜି ବସ୍‌ ତଳେ ଚାପି ହୋଇଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରେ ମୃତଦେହ ରଖି ଥୁଆମୂଳରାମପୁର-ଭବାନୀପାଟଣା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଅନେକ ଗାଡ଼ି ରାସ୍ତାରେ ଅଟକି ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ସୂଚନାଯୋଗ୍ୟ, କାଲି ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ […]

dead body

Rakesh Mallick
  • Published: Thursday, 10 August 2017
  • , Updated: 10 August 2017, 09:59 AM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବାଲିଘାଟଠାରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସିବା ଘଟଣାରେ ଆଜି ବସ୍‌ ତଳେ ଚାପି ହୋଇଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରେ ମୃତଦେହ ରଖି ଥୁଆମୂଳରାମପୁର-ଭବାନୀପାଟଣା ରାସ୍ତା ଅବରୋଧ କରିଛନ୍ତି। ଫଳରେ ଅନେକ ଗାଡ଼ି ରାସ୍ତାରେ ଅଟକି ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

ସୂଚନାଯୋଗ୍ୟ, କାଲି ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିଲେ।  ଆହତମାନେ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Related story