ଆସିକା(ମନୋଜ ମୁନି): ଲଗାଣ ବର୍ଷାରେ ଗଞ୍ଜାମ ଆସିକା -ଦିଗପହଣ୍ଡି ମୁଖ୍ୟରାସ୍ତା ଧୋଇଗଲା । ବୁଧେଶ୍ୱର ନିକଟସ୍ଥ ପୋଚକା ନାଳ ଉପରେ ନିର୍ମିତ ରାସ୍ତା ଧୋଇଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି । ଏଥିଯୋଗୁ ଯାତାୟତରେ ଘୋର ବାଧା ଉପୁଜୁଛି। ରାସ୍ତା ଧୋଇଯିବାରୁ ଆସିକାରୁ ଦିଗପହଣ୍ଡି, ସାନଖେମୁଣ୍ଡି, ପାଟପୁର, ତପ୍ତପାଣି, ମୋହନା, ଚନ୍ଦ୍ରଗିରି ଆଦି ଅଞ୍ଚଳକୁ ଯାଆସ ବନ୍ଦ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି।
ଦୁଇ ମାସ ତଳେ ଲଘୁଚାପ ଜନିତ ଲଗାଣ ବର୍ଷାରେ ବୁଧେଶ୍ୱର ନିକଟସ୍ଥ ପୋଚକା ନାଳ ଉପରେ ଥିବା ବ୍ରିଟିସ୍ ଅମଳର ପୋଲ ଧୋଇ ହୋଇ ଯାଇଥିଲା । ଏହି ଘଟଣା ପରେ ସେଠାରେ ଲୋକଙ୍କ ଗମନାଗମନ ପାଇଁ ନାଳ ଉପରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରିଥିଲେ ସ୍ଥାନୀୟ ପ୍ରଶାସନ । ହେଲେ ଏବେ ସେହି ରାସ୍ତାଟି ମଧ୍ୟ ଧୋଇଯାଇଛି । ସେହିପରି ଘୋଡାହାଡ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଥିବାରୁ ତଳିଆ ଅଞ୍ଚଳରେ ସ୍ଥିତି ସଙ୍ଗୀନ ହୋଇପଡିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।