Advertisment

ଡମ୍ପର ଧକ୍କାରେ ୬ ଜଣଙ୍କ ମୃତ୍ୟୁ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଆଜି ନୟାଗଡ଼ ଜିଲ୍ଲା ଶରଣକୁଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡମ୍ପରଟି ବାଇକ୍‌କୁ ପିଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୬ ଜଣଙ୍କ ଭିତରେ ୪ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। […]

author-image
Jitendra Garnayak
ଅଦ୍ୟତନ ହୋଇଛି
ଡମ୍ପର ଧକ୍କାରେ ୬ ଜଣଙ୍କ ମୃତ୍ୟୁ

truck23

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଆଜି ନୟାଗଡ଼ ଜିଲ୍ଲା ଶରଣକୁଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡମ୍ପରଟି ବାଇକ୍‌କୁ ପିଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୬ ଜଣଙ୍କ ଭିତରେ ୪ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

Advertisment

ଆଜି ଅପରାହ୍ନରେ ନୟାଗଡ଼ରୁ ଦ୍ରୁତ ଗତିରେ ଆସୁଥିବା ଡମ୍ପର ଶରଣକୁଳରେ ଏକ ବାଇକ୍‌କୁ ଧକ୍କା ଦେଇଥିଲା। ପରେ ଡମ୍ପରଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତ ଓ ଆହତମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଶରଣକୁଳ ଥାନା ପୁଲିସ ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ଏପରିକି ଦୁର୍ଘଟଣା ଘଟାଇଥିବା ଡମ୍ପରକୁ ଗିରଫ କରିଛି। ଚାଳକକୁ ଅଟକ ରଖି ପଚରାଉଚରା କରୁଛି।

Advertisment
Accident Odia News