Advertisment

ଲୋକାର୍ପିତ ହେଲା ବିର୍ସା ମୁଣ୍ଡା ଆଥ‌ଲେଟିକ ଷ୍ଟାଡିୟମ୍‌

ଗିନିଜ ବୁକ୍‌ ଅଫ୍‌ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଲା ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟିଡିୟମ। ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଗିନିଜ୍‌ କର୍ମକର୍ତ୍ତାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାନପତ୍ର ଗ୍ରହଣ କରିଛନ୍ତି।

ଅଦ୍ୟତନ ହୋଇଛି
Birsa Munda Athletics Stadium

Birsa Munda Athletics Stadium

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନିଆ ରାଉରକେଲା ଗସ୍ତରେ ଯାଇଛନ୍ତି। ସେ ୯୬୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଉରକେଲା ସହର ବିର୍ସା ଛକଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ ଷ୍ଟାଡିୟମ୍‌ ସମେତ ବିର୍ସା ମୁଣ୍ଡା ସୁଇମିଂ କମ୍ପ୍ଳେକ୍ସ ଓ ବହୁତଳ କାର ପାର୍କିଂ ସୁବିଧାର ଲୋକାର୍ପଣ କରିଛନ୍ତି ମଖ୍ୟମନ୍ତ୍ରୀ।

Advertisment

୧୫୭. ୨୧ କୋଟି ଟଙ୍କା ମୂଲ୍ୟରେ ୧୦ ଏକର ଜମିରେ ଏହି ଷ୍ଟାଡିୟମ୍‌ ନିର୍ମାଣ କରାଯାଇଛି। ଯେଉଁଥିରେ ପ୍ରାୟ ୧୦ ହଜାର ଦର୍ଶକ ଏକ କାଳୀନ ବସି ଖେଳ ଉପଭୋଗ କରିପାରିବାର ବ୍ୟବସ୍ଥା ରହିଛି। ଏହାଛଡ଼ା ଫୁଟବଲ୍‌ ସମେତ ଡ୍ରାଗ ଆଣ୍ଡ ଫିଲ୍ଡ ବିଭାଗର ସମସ୍ତ ପ୍ରତିଯୋଗିତା ହୋଇପାରିବ। ଏଥିସହିତ ଏଠାରେ ନିର୍ମିତ ସୁଇମିଂ ପୁଲରେ ସନ୍ତରଣ ପ୍ରଶିକ୍ଷଣ ଦିଆଯବ। ଷ୍ଟାଡିୟମ୍‌ରେ ଦୁଇ ମହଲା ବିଶିଷ୍ଟ ମଲ୍‌ଟି ଲେବଲ୍‌ କାର‌ ପାର୍କିଂ ବ୍ୟବସ୍ଥା ରହିଛି।

ଅନ୍ୟପକ୍ଷରେ ସୁନ୍ଦରଗଡ଼ ଜିଲ୍ଲାର ସ୍ୱାସ୍ଥ୍ୟ, ଶିକ୍ଷା, ରାସ୍ତା ଘାଟ, ପରିମଳ, କୃଷି ଓ ପର୍ଯ୍ୟଟନ ଇତ୍ୟାଦିର ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପର ଉଦ‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ ଗୁଡିକ ହେଲା ୫୩.୫୩ କୋଟି ଟଙ୍କାର ପାନପୋଷଠାରେ ବଜାର ଗୃହ ନିର୍ମାଣ, ୧୧.୭୭ କୋଟି ଟଙ୍କାର ଆସ୍ଥା ଗୃହ(ମାନସିକ ରୋଗରେ ପୀଡିତ ମହିଳାଙ୍କ ପାଇଁ), ୨୩୨ କୋଟି ଟଙ୍କାର ୫ଟି ଉଚ୍ଚ କ୍ଷମତା ସମ୍ପନ୍ନ ଉଠା ଜଳ ସେଚନ ପ୍ରକଳ୍ପ, ଟାଙ୍ଗରପାଲ୍ଲୀ ବ୍ଳକ୍‌ର ଉଜ୍ଜଳପୁରଠାରେ ୨.୫୫ କୋଟି ଟଙ୍କା ମୂଲ୍ୟର ମାର୍କେଟ ୟାର୍ଡ ଓ ଗୋଦାମ ଗୃହ, ୩୩.୯୦ କୋଟି ଟଙ୍କାର ୧୪ ଗୋଟି ଅନୁସୂଚିତ ଜାତି ଓ ଜନଜାତି/ପଛୁଆ ବର୍ଗଙ୍କ ନିମନ୍ତେ ଛାତ୍ରାବାସ, ୨୩୭.୨୦ କୋଟି ଟଙ୍କାର ୬୬ ଗୋଟି ରାସ୍ତା ପ୍ରକଳ୍ପ, ୧୧.୫୦ କୋଟି ଟଙ୍କାର ୨୭୩ଟି ପଞ୍ଚାୟତସ୍ତରୀୟ ବର୍ଜ୍ୟବସ୍ତୁ ପୃଥକୀକରଣ ଓ ଗୋଟିଏ କଠିନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ରହିଛି।

Advertisment

ସେହିପରି ସରଫଗଡ଼ଠାରେ ୭୫ ଲକ୍ଷ ଟଙ୍କାର ପ୍ରାକୃତିକ ପର୍ଯ୍ୟଟନସ୍ଥଳୀର ଉନ୍ନତିକରଣ, ୬.୪୭ କୋଟି ଟଙ୍କାରେ ନିର୍ମିତ ୨୩ ଗୋଟି ଅଙ୍ଗନୱାଡ଼ି କେନ୍ଦ୍ର, ୬୩.୨୯ କୋଟି ଟଙ୍କାରେ ନିର୍ମିତ ୪୭ ଗୋଟି ଗୋଷ୍ଠୀ ସଭା ଗୃହ, ୨୫.୩୭ କୋଟି ଟଙ୍କାରେ ନିର୍ମିତ ୮୫ ଗୋଟି ବିଦ୍ୟାଳୟ ଗୃହ, ୧.୩୪ କୋଟି ଟଙ୍କାରେ ନିର୍ମିତ ୩ଟି ଗୋଷ୍ଠୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିସହିତ ୬୬.୯୩ କୋଟି ଟଙ୍କାର ବ୍ୟାୟରେ ନିର୍ମିତ ହେବାକୁ ଥିବା ୨୩ ଗୋଟି ରାସ୍ତା, କଲଭର୍ଟ ଏବଂ ଗୃହ ନିର୍ମାଣ କାର୍ଯ୍ୟ, ୮.୭୯ କୋଟି ଟଙ୍କାରେ ହେବାକୁ ଥିବା ୨୯ ଗୋଟି ଗୋଷ୍ଠୀ ସଭା ଗୃହ, ୩୫.୨୬ କୋଟି ଟଙ୍କା ମୂଲ୍ୟରେ ହେବାକୁ ଥିବା ୭୩ଟି ପ୍ରକଳ୍ପ, ୧୬.୧୦ କୋଟି ଟଙ୍କାରେ ଲାଇଙ୍ଗ‌ ଠାରେ ହେବାକୁ ଥିବା ପ୍ରକୃତି ପର୍ଯ୍ୟଟନସ୍ଥଳର ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଗିନିଜ ବୁକ୍‌ ଅଫ୍‌ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସାମୁଣ୍ଡା ହକି ଷ୍ଟିଡିୟମ୍‌, ମାନପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ

ଗିନିଜ ବୁକ୍‌ ଅଫ୍‌ ୱାଲର୍ଡ ରେକର୍ଡରେ ସ୍ଥାନ ପାଇଲା ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟିଡିୟମ। ଶୁକ୍ରବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ବେଳେ ଗିନିଜ୍‌ କର୍ମକର୍ତ୍ତାଙ୍କଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାନପତ୍ର ଗ୍ରହଣ କରିଛନ୍ତି। ବିଶ୍ୱର ସର୍ବବୃହତ୍ତ ସିଟ୍‌ ବିଶିଷ୍ଟ ହକି ଷ୍ଟିଡିୟମ ପାଇଁ ଏହି ମାନ୍ୟତା ମିଳିଛି। ଏହି ଷ୍ଟାଡିୟମ୍‌ରେ ପ୍ରାୟ ୨୦ ହଜାରରୁ ଅଧିକ ଦର୍ଶକ ବସି ମ୍ୟାଚ ଦେଖିପାରିବାର ବ୍ୟବସ୍ଥା ରହିଛି। ଅନ୍ୟପକ୍ଷରେ ଆଜି ବିର୍ସାମୁଣ୍ଡା ହକି ଷ୍ଟିଡିୟମରେ ଖେଳା ଯାଇଥିବା ହକି ପ୍ରୋ ଲିଗ୍‌ ମ୍ୟାଚରେ ବିଶ୍ୱ ବିଜେତା ଜର୍ମାନୀକୁ ଭରତ ୩-୨ ଗୋଲରେ ପରାସ୍ତ କରିଛି।

Birsa Munda Athletics Stadiumମୁଖ୍ୟମନ୍ତ୍ରୀ ମାନପତ୍ର ଗ୍ରହଣ କରୁଛନ୍ତି

ରିପୋର୍ଟ-ରାଉରକେଲାରୁ ପବନ ତିୱାରୀ

BjD Naveen Patnaik Rourkela
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe