ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ୨୪ ମାସର ଦରମା ପାଇ ନଥିବାରୁ ରାଉରକେଲା Institute Of Technology(RIT)ର କର୍ମଚାରୀମାନେ ଆନ୍ଦୋଳନ କରିଆସୁଛନ୍ତି। ଆଜି ଆନ୍ଦୋଳନ ତୀବ୍ର ରୂପ ଧାରଣ କରିଥିଲା। RIT କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟାମାନେ ଅନୁଷ୍ଠାନର ଅଧ୍ୟକ୍ଷ ପୀତବାସ ମିଶ୍ର ଏବଂ ସମ୍ପାଦକ ତଥା ପୂର୍ବତନ ବିଧାୟକ ପ୍ରଭାତ ମହାପାତ୍ରଙ୍କ କାର୍ଯ୍ୟାଳୟ ଏବଂ ଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦରମା ଦେବାରେ ସମ୍ପାଦକ ଓ ଅଧ୍ୟକ୍ଷ କୌଣସି ପଦକ୍ଷେପ ନନେବାରୁ ବିକ୍ଷୋଭକାରୀମାନେ ସମ୍ପାଦକ ଏବଂ ଅଧ୍ୟକ୍ଷଙ୍କୁ ଟାଣି ଆଣି ଘୋଷାଡିବା ସହ ମାଡମାରିଥିଲେ। ମହିଳାମାନେ ଅଧ୍ୟକ୍ଷଙ୍କୁ ଆକ୍ରମଣ କରିଥିବା ଦେଖିବାକୁ ମିଳିଛି।
ସୂଚନା ଯୋଗ୍ୟ, କିଛିଦିନ ପୂର୍ବରୁ RIT ର ସିଟି କାର୍ଯ୍ୟାଳୟରେ ମିଟିଂ ଚାଲୁଥିବା ବେଳେ କଲେଜ ପ୍ରିନ୍ସପାଲଙ୍କୁ କର୍ମଚାରୀମାନେ ବାଡେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।