ଆରଆରପି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଅର୍ଥ ଦେବାକୁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ଗ୍ରାମାଞ୍ଚଳରେ ରାସ୍ତା ନିର୍ମାଣ ପାଇଁ ଆରଆରପି ଯୋଜନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକାରୀ ହେଉଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅର୍ଥ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ମାଲକାନଗିରି ଓ କୋରାପୁଟରେ ଆଉ ୨୪ଟି ରାସ୍ତା କାମ ହେବ। ଏଥିଲାଗି ତୁରନ୍ତ ଅର୍ଥ ମଞ୍ଜୁର କରିବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି […]

naveen patnaik

Rakesh Mallick
  • Published: Thursday, 05 November 2015
  • , Updated: 05 November 2015, 10:35 AM IST

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ଗ୍ରାମାଞ୍ଚଳରେ ରାସ୍ତା ନିର୍ମାଣ ପାଇଁ ଆରଆରପି ଯୋଜନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକାରୀ ହେଉଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅର୍ଥ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ମାଲକାନଗିରି ଓ କୋରାପୁଟରେ ଆଉ ୨୪ଟି ରାସ୍ତା କାମ ହେବ। ଏଥିଲାଗି ତୁରନ୍ତ ଅର୍ଥ ମଞ୍ଜୁର କରିବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି।
ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଜିଲ୍ଲାରେ ୧୪ଟି ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପ କାମ ଶେଷ ହୋଇଥିବା ବେଳେ ୫ଟି କାମ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି।

Related story