କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ନିମାପଡ଼ା-କାକଟପୁର ରାସ୍ତାର ପାଣିଛତ୍ର ନିକଟରୁ ଏକ କାର୍ରୁ ୧୮ ଲକ୍ଷ ୭୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ଗଠିତ ଫ୍ଲାଇଂ ସ୍କ୍ୱାଡ୍ ଏହି ଟଙ୍କା ଜବତ କରିଛି। ଏହି କାର୍ଟି ଜଣେ ସରପଞ୍ଚଙ୍କର ବୋଲି ଜଣାପଡ଼ିଛି।
ଗତକାଲି ବିଳମ୍ବିତ ରାତିରେ ସରପଞ୍ଚ ଏହି କାର୍ରେ ଯାଉଥିବା ବେଳେ ପାଣିଛତ୍ର ନିକଟରେ ଫ୍ଲାଇଂ ସ୍କ୍ୱାଡ୍ ତାଙ୍କୁ ଅଟକାଇ ଥିଲା। ଯାଞ୍ଚ ବେଳେ କାରରୁ ଟଙ୍କା ଜବତ କରାଯାଇଥିଲା। ଏହି ଘଟଣାରେ ତାଙ୍କୁ ପଚରାଉଚରା ଚାଲିଥିବା ଜଣାପଡ଼ିଛି।
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରି ଥିବାବେଳେ ଆହୁରି ୩ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏହି ସମୟରେ ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରୁ ଗାଡ଼ିରୁ ଟଙ୍କା ଜବତ ଘଟଣା କରାଯାଉଥିବା ସୂଚନା ଆସୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।
Accident
ଦୋକାନରେ ଲାଗିଲା ନିଆଁ, ଜଣେ ଗୁରୁତର
ଏହି ଅଗ୍ନିକାଣ୍ଡରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନରେ ହଠାତ୍ ନିଆଁ ଲାଗି ଯାଇଥିବା ବେଳେ ଭିତରେ ଥିବା ପ୍ଳାଷ୍ଟିକ ସାମଗ୍ରୀ ଜଳି ଯାଇଥିଲା।
Miscellaneous
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ
କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।