୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨୪ ତାରିଖ ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ୫ ଦିନିଆ ଗସ୍ତ ସାରି ସେ ଅଗଷ୍ଟ ୨୯ ତାରିଖରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ରବିନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି। ଶ୍ରୀ ପଣ୍ଡାଙ୍କ କହିବା ଅନୁସାରେ ଡ. ଭାଗବତ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ। […]

mohan-bhagwat

Manoranjan Sial
  • Published: Monday, 23 August 2021
  • , Updated: 23 August 2021, 06:47 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ସରସଂଘଚାଳକ ଡ. ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୨୪ ତାରିଖ ରାତିରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ୫ ଦିନିଆ ଗସ୍ତ ସାରି ସେ ଅଗଷ୍ଟ ୨୯ ତାରିଖରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ରବିନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି।

ଶ୍ରୀ ପଣ୍ଡାଙ୍କ କହିବା ଅନୁସାରେ ଡ. ଭାଗବତ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସାକ୍ଷାତ କରିବେ। ଅଗଷ୍ଟ ୨୬ ତାରିଖରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବେ। ପରେ ସେ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ସଂଘର ବିଭିନ୍ନ ବୈଠକରେ ଯୋଗଦେବେ।

ବୈଠକରେ ସାଧାରଣତଃ ସାଙ୍ଗଠନିକ ବିଷୟ ଉପରେ ଧ୍ୟାନ ଦିଆଯିବ। ଏଥିସହିତ କରୋନା ସଂକ୍ରମଣରେ ପୀଡିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ସ୍ୱୟଂସେବକମାନଙ୍କ ଦ୍ୱାରା କରାଯାଇଥିବା ରାଜ୍ୟବ୍ୟାପୀ ସେବା କାର୍ଯ୍ୟର ସମୀକ୍ଷା କରାଯିବ। ସମ୍ଭାବ୍ୟ ତୃତୀୟ ଲହର ପ୍ରଭାବକୁ ଆକଳନ କରିବା ସହିତ ଏଥିପାଇଁ ଆବଶ୍ୟକ କାର୍ଯ୍ୟ ଯୋଜନା ଉପରେ ବିଚାର କରାଯିବ। ଏହି ପରିପ୍ରେକ୍ଷୀରେ ଆବଶ୍ୟକ ପ୍ରଶିକ୍ଷଣ (ତାଲିମ) ଓ ପ୍ରସ୍ତୁତି ଉପରେ ମଧ୍ୟ ବିଚାର କରାଯିବ। କୋଭିଡ୍‌-୧୯ ନିୟମ ପାଳନ ପୂର୍ବକ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।  କରୋନା କାରଣରୁ କୌଣସି ସାଧାରଣ ସଭା ଅନୁଷ୍ଠିତ ହେବ ନାହିଁ ବୋଲି ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

Related story