ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ କଡ଼ା ପଦକ୍ଷେପ ଗ୍ରହଣ କରିଛି । ୪ ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ RTO-1 କାର୍ଯ୍ୟାଳୟକୁ ବନ୍ଦ କରି ଦେଇଛି ବିଏମ୍ସି । ଏଥିସହ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା RTO-1ର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏହାବ୍ୟତୀତ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ପରେ ICICI ବ୍ୟାଙ୍କର ଦୁଇଟି ଶାଖାକୁ ମଧ୍ୟ ବନ୍ଦ କରିଛି ବିଏମ୍ସି। କଟକ ରୋଡ୍ ବ୍ରାଞ୍ଚ ଓ ଶ୍ରୀୟା ଟକିଜ୍ ନିକଟସ୍ଥ ମେନ୍ ବ୍ରାଞ୍ଚର ସେଲ୍ସ ସେକ୍ସନକୁ ବନ୍ଦ କରାଯାଇଛି । ନଖରାସ୍ଥିତ ଗତି ଗୋଦାମକୁ ମଧ୍ୟ ବନ୍ଦ କରିଛି ବିଏମ୍ସି । ସେଠାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ସଂକ୍ରମିତମାନଙ୍କ ସଂସ୍ପର୍ଶରେ ଆସିଥିବା ଗୋଡାଉନର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।