କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ନରଣପୁର ଡୁବୁରି ରାସ୍ତା ରାମଚନ୍ଦ୍ରପୁର ନିକଟରେ ସଟ ସର୍କିଟ ଯୋଗୁ ଚଳନ୍ତା କାରରେ ନିଆଁ ଲାଗିଛି। ଯାହା ଫଳରେ କାରଟି ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା। ତେବେ ଏହି ଦୁର୍ଘଟଣାରୁ ୩ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଗାଡ଼ିରେ ଥିବା ଯାତ୍ରୀଙ୍କ କହିବା ଅନୁଯାୟୀ, ସେମାନେ କାରରେ ଯାଉଥିବା ସମୟରେ ହଠାତ୍ ଇଞ୍ଜିନରୁ ଧୂଆଁ ବାହାରି ଥିଲା। ଧୂଆଁ କେଉଁଠୁ ବାହାରୁଛି, ତାହା ଦେଖିବା ପାଇଁ ଓହ୍ଲାଇଲା ବେଳକୁ ଗାଡ଼ିଟି ସମ୍ପୂର୍ଣ୍ଣ ଜଳି ଉଠିଲା।
ଫଳରେ ସମସ୍ତେ ଭୟରେ ସେଠାରୁ ସୁରକ୍ଷିତ ସ୍ଥାନକୁ ପଳାଇ ଯାଇଥିଲେ। ନିଆଁ ବଢିବା ଶହ ଗାଡ଼ିର ଟାୟାର ଫାଟି ପ୍ରଚଣ୍ଡ ଶବ୍ଦ କରିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।