ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ଅବଦୁଲ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ସଚିବାଳୟରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବଦୁଲ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଥିଲେ ଅବଦୁଲ କଲମ୍ ‘ଦେଶ ପାଇଁ ସଂପୂର୍ଣ୍ଣ ସମର୍ପିତ ଥିଲେ’, ଏବଂ କର୍ମଯୋଗୀ କଲାମ ଥିଲେ ଲୋକଙ୍କ ରାଷ୍ଟ୍ରପତି। ଓଡିଶା ଓ ବିଜୁ ବାବୁଙ୍କ ସହିତ ତାଙ୍କର ସ୍ୱତନ୍ତ୍ର ସମ୍ପର୍କ ଥିଲା। ଏହାସହିତ ମନ୍ତ୍ରୀ ଓ ସଚିବ ମାନେ ମଧ୍ୟ କଲାମଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ।
ମନ୍ତ୍ରୀ ଦାମୋଦର ରାଉତ, ଦେବୀ ମିଶ୍ର, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ରମେଶ ମାଝୀ, ଯୋଗେନ୍ଦ୍ର ବେହେରା, ଅରୁଣ ସାହୁ, ସଞ୍ଚୟ ଦାସବର୍ମା, ଅଶୋକ ପଣ୍ଡା, ସୁଦାମ ମାରାଣ୍ଡି, ପ୍ରଦୀପ ପାଣିଗ୍ରାହୀ, ଲାଲବିହାରି ହିମିରିକା, ବଦ୍ରି ନାରାୟଣ ପାତ୍ର, ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି ଏବଂ ବହୁ ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରମୁଖ କଲାମଙ୍କ ଫୋଟ ଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା