ଭୁବନେଶ୍ୱର : ଶ୍ରୀକ୍ଷେତ୍ର ଅଭିମୁଖେ ଗଡ଼ି ଚାଲିଛି ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଦିବ୍ୟ ଦାରୁ ଶଗଡ଼ି। ଭୁବନେଶ୍ୱର ଉପକଣ୍ଠ ପାଣ୍ଡରାରୁ ବାହାରିଥିବା ଏହି ଦାରୁ ଶଗଡ଼ି ଗତକାଲି ଟଙ୍କପାଣି ରୋଡ୍ ସାଇ ମନ୍ଦିରରେ ପହଞ୍ଚିଛି। ସେଠାରେ ରାତ୍ର ରହଣୀ ପରେ ଆଜି ପୁଣି ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦାରୁ ଶଗଡ଼ି। ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ରେ ଯେମିତି ବଡ଼ଦାଣ୍ଡ ପାଲଟିଯାଇଛି ରାଜରାସ୍ତା। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ଦାରୁଙ୍କ ପୂଜାର୍ଚ୍ଚନା କରୁଛନ୍ତି ଭକ୍ତ । ରାସ୍ତାରେ ଫୁଲ ବିଛାଇ ଦାରୁ ଶଗଡ଼ିକୁ ସ୍ୱାଗତ କରିଛନ୍ତି ଶ୍ରଦ୍ଧାଳୁ ମାନେ । ମହାପ୍ରଭୁଙ୍କ ଦାରୁଙ୍କୁ ଅତି ନିକଟରେ ପାଇଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।