ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶକ୍ତି ବିଭାଗର ସମୀକ୍ଷା ବୈଠକ ସୋମବାର ହୋଇଯାଇଛି । ରାଜ୍ୟରେ ବିଦ୍ୟୁତ ସରାବରାହ କ୍ଷତି ୫୭ ପ୍ରତିଶତରୁ ୩୮ ପ୍ରତିଶତକୁ ହ୍ରାସ ପାଇଛି। ୨୦୧୯ ସୁଦ୍ଧା ଏହାକୁ ୨୬ ପ୍ରତିଶତକୁ କମାଇବାକୁ ଲକ୍ଷ୍ୟ ରଖାଯାଇଛି । ଶକ୍ତି ବିଭାଗର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ । ସେହିପରି ବର୍ଷକ ଭିତରେ ୫ଲକ୍ଷ ୩୦ହଜାର ନୂଆ ବିଦ୍ୟୁତ କନେକ୍ସନ ଦିଆଯାଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି । ୨୦୧୯ ସୁଦ୍ଧା ରାଜ୍ୟର ୯୭ ଲକ୍ଷ ପରିବାରକୁ ବିଦ୍ୟୁତ ଯୋଗାଣ ଲକ୍ଷ୍ୟ ରଖଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି ରାଜ୍ୟରେ ମୋଟ ୯୨ ପ୍ରତିଶତ ଗାଁ ଓ ୬୬ ପ୍ରତିଶତ ପଡ଼ା ଗ୍ରାମକୁ ବିଦ୍ୟୁତ ଲାଇନ ଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।