ସମ୍ୱଲପୁର: ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ୍ ଗଡପୋଷ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିର୍ମାଣ ବେଳେ ଜମି ହରାଇଥିବା ଲୋକଙ୍କୁ କ୍ଷତିପୂରଣ ଦାବିରେ କ୍ଷତିଗ୍ରସ୍ତ ପରିବାର ରବିବାର ଡାକ୍ତରଖାନାରେ ତାଲା ପକାଇବା ସହ ଧାରଣା ଦେଇଥିଲେ । ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି କ୍ଷତିପୂରଣ ସମ୍ପର୍କରେ ସରକାରଙ୍କୁ ଚିଠି ପଠାଯାଇଛି । ରିପୋର୍ଟ ଆସିଲା ପରେ ଜମି ସଂକ୍ରାନ୍ତିୟ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସୂଚନାଯୋଗ୍ୟ ଯେ, ୧୯୬୪ରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିର୍ମାଣ ବେଳେ ଶାନ୍ତି ମୁଣ୍ଡା ତାଙ୍କ ରୟତି ଜମି ହରାଇଥିଲେ । କ୍ଷତିପୂରଣ ଯୋଗାଇ ଦେବାକୁ ତାଙ୍କ ପରିବାର ବର୍ଗ ଏକାଧିକ ଥର ପ୍ରଶାସନକୁ ଜଣାଇଥିଲେ ମଧ୍ୟ ଏଯାଏଁ କ୍ଷତିପୂରଣ ମିଳି ପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।