ସମ୍ୱଲପୁର : ସମ୍ୱଲପୁର ଜିଲ୍ଲା ଠେଲକୁଲି ଥାନା ଅନ୍ତର୍ଗତ ଲପଙ୍ଗ। ପଂଜାବ ନ୍ୟାସନାଲ ବ୍ୟାଙ୍କରୁ ଲୁଟ ଅଭିଯୋଗ ହୋଇଛି। ୪ଜଣ ଦୁର୍ବୃତ୍ତ ୨ ଲକ୍ଷ ୧୮ ହଜାର ଟଙ୍କ। ଲୁଟି ନେଇଥିବା ଅଭିଯୋଗ ହୋଇଛି। ସମ୍ୱଲପୁର ଏସ.ଡି.ପି.ଓ ଙ୍କ ସୂଚନା ଅନୁଯାୟୀ ଦୁର୍ବୃତ୍ତମାନେ ବ୍ୟାଙ୍କ ମଧ୍ୟକୁ ପଶିଆସି ମାରଣାସ୍ତ୍ର ଦେଖାଇ କର୍ମଚାରୀ ମାନଙ୍କୁ ଭୟଭୀତ କରାଇବା ସହ ଟଙ୍କ। ଲୁଟି ନେଇଯାଇଥିଲେ। ତେବେ ଯିବାବେଳେ ସେମାନେ ପ୍ରମାଣ ନଷ୍ଟ କରିବାକୁ ଯାଇ ବ୍ୟାଙ୍କରେ ଲାଗିଥିବା ସିସିଟିଭି ଫୁଟେଜକୁ ରେକର୍ଡ କରି ରଖୁଥିବା ହାର୍ଡଡିକ୍ସକୁ ମଧ୍ୟ ନେଇ ଯାଇଛନ୍ତି ବୋଲି ପୋଲିସ ସୁଚନା ଦେଇଛି। ଦୁର୍ବୃତ୍ତମାନେ କୌଣସି ମୁଖା ପିନ୍ଧି ନ ଥିବାବେଳେ ହିନ୍ଦୀ ଏବଂ ଇଂରାଜୀ ଭାଷାରେ କଥା ହେଉଥିଲେ ବୋଲି ବ୍ୟାଙ୍କ କର୍ମଚାରୀ କହିଛନ୍ତି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।