Advertisment

ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ

ସମ୍ବଲପୁର ସହରର ୬ଟି ଥାନା ଅଞ୍ଚଳରେ ଏହି କର୍ଫ୍ୟୁ ଜାରି କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବଳବତ୍ତର ଏହି କର୍ଫ୍ୟୁ ବଳବତ୍ତର ରହିବ ।

author-image
Niharika Rout
ଅଦ୍ୟତନ ହୋଇଛି
corfew

corfew

ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁରରେ ଦୁଇଗୋଷ୍ଠୀ ଭିତରେ ଆରମ୍ଭ ହୋଇଥିବା ଗଣ୍ଡଗୋଳ ଉଗ୍ର ରୂପ ଧାରଣ କରିଛି। ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଗତକାଲି ରାତି ୧୨ଟାରୁ ସମ୍ବଲପୁର ସହରର ୬ଟି ଥାନା ଅଞ୍ଚଳରେ ଲାଗୁ ହୋଇଛି କର୍ଫ୍ୟୁ।

Advertisment

 ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର , ଅଇଁଠାପାଲି, ବରେଇପାଲି ଓ ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ହୋଇଛି। ଏ ନେଇ ସମ୍ବଲପୁର ଉପଜିଲ୍ଲାପାଳ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । କୌଣସି ଅପ୍ରୀତିକର ପରିସ୍ଥିତି ଏଡାଇବାକୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ ।

କର୍ଫ୍ୟୁ ସମୟରେ କୌଣସି ବ୍ୟକ୍ତିବିଶେଷଙ୍କୁ ଘରୁ ବାହାରିବାକୁ ବାରଣ କରାଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ସକାଳ ୮ଟାରୁ ୧୦ଟା, ଅପରାହ୍ନ ୩ଟା୩୦ରୁ ୫ଟା୩୦ ମଧ୍ୟରେ ସହରବାସୀ ସାମଗ୍ରୀ କିଣିପାରିବେ । କୌଣସି ମେଡିକାଲ ଏମର୍ଜେନ୍ସି ପାଇଁ ହେଲ୍ପଲାଇନ୍ ନମ୍ବର ୭୬୫୫୮୦୦୭୬୦ ଜାରି କରାଯାଇଛି । 

Advertisment

ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍‌ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହାପରେ ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାରେ ଲାଗିଛି। ସହରରେ ବହୁ ପୁଲିସ୍‌ ଫୋର୍ସ ମୁତୟନ ସତ୍ତ୍ୱେ ଗତ ୨ ଦିନ ହେବ ସହରର ବହୁ ଦୋକାନ ବଜାର ପୋଡ଼ା ଜଳା ଘଟଣା ସାମନାକୁ ଆସୁଛି

ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଗତକାଲିଠୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି। ଏହାସହ ସମସ୍ତ ସୋଶାଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଯାଇଥିବା ବେଳେ ସୋଶାଲ ମିଡିଆ ମେସେଜିଂ ସର୍ଭିସ ଉପରେ ମଧ୍ୟ କଟକଣା ଜାରି କରାଯାଇଛି।  ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରା ଯିବା ସହ ସହରରେ ୫୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ମଧ୍ୟ କରାଯାଇଛି।

ଗତକାଲି ରାତିରେ କଡ଼ା ସୁରକ୍ଷା ବଳୟରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଏହି ସମୟରେ ବହୁ ସଂଖ୍ୟାରେ ପୁଲିସ୍‌ ମୁତୟନ ଥିବା ସତ୍ତ୍ୱେ ଦୋକାନ ପୋଡ଼ାଜଳା କରାଯିବା ସହ ହିଂସାତ୍ମକ ଘଟଣା ଘଟିଥିଲା। ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବାରୁ ଗତକାଲି ରାତି ୧୨ଟାରୁ ସହରରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଛି।

ବହୁ ସଂଖ୍ୟାରେ ସାଧାରଣ ଲୋକେ କର୍ଫ୍ୟୁ ସମ୍ପର୍କରେ ଜାଣି ନ ଥିବା ବେଳେ ଆଜି ସକାଳୁ ଅନ୍ୟ ଦିନ ପରି ଚଳପ୍ରଚଳ କରୁଛନ୍ତି। ମାତ୍ର ପୁଲିସ୍‌ ପ୍ରଚାର ଗାଡ଼ି ଲୋକଙ୍କୁ ସଚେତନ କରିବା ସହ ଘରକୁ ଫେରିଯିବାକୁ ପରାମର୍ଶ ଦେଉଛି। ନଚେତ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବି ଚେତାବନୀ ଦେଉଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରୁ ସମ୍ବଲପୁର ଅଶାନ୍ତ ହୋଇ ପଡ଼ିଥିବା ବେଳେ ଏଯାବତ ଗିରଫଦାରୀ ସଂଖ୍ୟା ୩୨ ଅଟକ ଥିବା ବେଳେ ୫୦ ଅଟକ ଅଛନ୍ତି।

Sambalpur Police Tension Situation