Advertisment

ସମ୍ବଲପୁରରେ ଇଣ୍ଟରନେଟ୍ ସେବା ବନ୍ଦ

ସମସ୍ତ ସୋଶାଲ ମିଡିଆ ବ୍ୟବହାର ଓ ସୋଶାଲ ମିଡିଆ ମେସେଜିଂ ସର୍ଭିସ ଉପରେ କଟକଣା ଲଗାଯାଇଛି।

ଅଦ୍ୟତନ ହୋଇଛି
Internet

Internet

Advertisment

ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଆଜି ସକାଳ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଏହାସହ ସମସ୍ତ ସୋଶାଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ଏହାସହ ସୋଶାଲ ମିଡିଆ ମେସେଜିଂ ସର୍ଭିସ ଉପରେ ମଧ୍ୟ କଟକଣା ଜାରି କରାଯାଇଛି।

ଗତକାଲି ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ  ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଏହାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ପୁଲିସ ଉପରେ ଉତ୍ତ୍ୟକ୍ତ ଲୋକମାନେ ପଥର ମାଡ଼ କରିଥିଲେ। ଏହି ଘଟଣାପରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାସହ ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ବିଭିନ୍ନ ଛକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

Advertisment

ସୂଚନାଯୋଗ୍ୟ, ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ପୁଲିସକୁ ପଥର ମାଡରେ ଅତିରିକ୍ତ ଏସ୍ ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ୨୫ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି ।

Odisha Police Sambalpur Sambalpur Violence Internet
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe