Advertisment

ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

୧୩ ତାରିଖରେ ପ୍ରଥମଥର ପାଇଁ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା।

ଅଦ୍ୟତନ ହୋଇଛି
undefined

sambalpur

Advertisment

ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Advertisment

୧୩ ତାରିଖରେ ପ୍ରଥମଥର ପାଇଁ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ପରେ ୧୫ ତାରିଖରେ ଏହାର ଅବଧି ପୁଣି ବୃଦ୍ଧି କରାଯାଇଥିଲା। ଆଜି ସକାଳ ୧୦ଟାରେ ଏହାର ଅବଧି ସୁରୁଥିଲା। ସୋସାଲ ମିଡିଆ ଅପବ୍ୟବହାର ଆଶଙ୍କାରେ ପୁଣି ୨୪ ଘଣ୍ଟା ପାଇଁ ଏହାର ଅବଧିକୁ ବୃଦ୍ଧି କରାଯାଇଛି।

ଅନ୍ୟପକ୍ଷରେ ସମ୍ବଲପୁରରେ ଆଜିଠୁ କୋହଳ ହୋଇଛି କର୍ଫ୍ୟୁ। ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ। ସକାଳେ ଏବଂ ଅପରାହ୍ନରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପୂର୍ବରୁ ଯେଉଁ ୨ ଘଣ୍ଟିଆ କୋହଳ କରାଯାଇଥିଲା। ପରେ ତାର ସମୟ ଅବଧିକୁ ଆହୁରି ବଢ଼ାଇ ଦିଆଯାଇଛି। ସକାଳ ସାଢ଼େ ୭ରୁ ସାଢ଼େ ୧୧ ଏବଂ ଅପରାହ୍ନରେ ସାଢ଼େ ୩ଟାରୁ ସଂଧ୍ୟା ୬ଟା ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି। ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

Advertisment

ସମ୍ବଲପୁର ହିଂସା ଘଟଣାରେ ଗିରଫଦାରୀ ସଂଖ୍ୟା ଆଉ ୬କୁ ବୃଦ୍ଧି ପାଇଛି । ୧୨ ତାରିଖ ପଥରମାଡ଼ ପାଇଁ ୩ ଗିରଫ ହୋଇଥିବା ବେଳେ ୧୪ରେ ଦୋକାନ ଭଙ୍ଗାରୁଜା ପାଇଁ ଆଉ ୩ ଗିରଫ ହୋଇଛନ୍ତି । ଏହି ୬ ଜଣ ଗିରଫଙ୍କୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି।

Odisha Police Sambalpur Sambalpur Violence Internet
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe