Advertisment

ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ରେ ଖୋଲିବ ସ୍କୁଲ

ବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗ୍ରୀଷ୍ମ ଛୁଟିକୁ ଜୁନ୍ ୧୯ତାରିଖ ପରିବର୍ତ୍ତେ ଜୁନ୍ ୨୧ତାରିଖରେ ଖୋଲିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ।

ଅଦ୍ୟତନ ହୋଇଛି
undefined

School

Advertisment

ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ ତାରିଖରୁ ଖୋଲିବ ସ୍କୁଲ। ଗ୍ରୀଷ୍ମପ୍ରବାହ ପାଇଁ ୨୧ ତାରିଖ ପରିବର୍ତ୍ତେ ୨୨ରେ ସ୍କୁଲ ଖୋଲିବା ନେଇ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।

Advertisment

ସମ୍ବଲପୁରରେ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଚାଲିବ। ସାଢ଼େ ୬ରୁ କ୍ଲାସ ଆରମ୍ଭ ହୋଇ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ। ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ୨୬ତାରିଖଠାରୁ ନିୟମିତ ସମାୟାନୁସାରେ ସ୍କୁଲ ଚାଲିବ।

ସେହିପରି ଝାରସୁଗୁଡ଼ା ଜିଲ୍ଲାରେ ୨୨ରୁ ସ୍କୁଲ ଖୋଲିବା ନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସ୍କୁଲ ସକାଳୁଆ ଚାଲିବ। ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ।

Advertisment

ବଲାଙ୍ଗିର ଜିଲ୍ଲାରେ ମଧ୍ୟ ୨୨ରୁ ୨୪ ତାରିଖ ଯାଏ ସକାଳୁଆ ସ୍କୁଲ ହେବ।  ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏ ଚାଲିବ ସବୁ ସ୍କୁଲ। 

ଗ୍ରୀଷ୍ମ ଛୁଟିପରେ ଆସନ୍ତାକାଲି ସ୍କୁଲ ଖୋଲୁଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ  ନିର୍ଦ୍ଦେଶନାମା ଜାରି କରାଯାଇଛି।

ସୂଚନାଯୋଗ୍ୟ, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଜୁନ୍ ୧୯ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ଖୋଲିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସୁବର୍ଣ୍ଣପୁର ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା।

School Reopen In Odisha Sambalpur School
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe