/odisha-reporter/media/post_attachments/uploadimage/library/16_9/16_9_0/Elephant_1687317707.jpg)
Elephant
ସମ୍ବଲପୁର ଜିଲ୍ଲା ରେଢ଼ାଖୋଲର ପୃଥକ ପୃଥକ ସ୍ଥାନରେ ଦୁଇ ଜଣକୁ ଦଳିଦେଲା ଦନ୍ତା। ଯୁଯୁମୁରା ରେଞ୍ଜ ୫୫ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା କନସର ଗାଁ ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଢାଭା ମାଲିକ ଗୋପାଳ ପ୍ରଧାନ।
Advertisment
ଗତକାଲି ରାତିରେ ଗୋପାଳ ନିଜ ଢାବା ସାମ୍ନାରେ ପଡ଼ିଥିବା ଖଟରେ ଶୋଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ଢାବାର ଅନ୍ୟ କର୍ମଚାରୀ ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ।
ସେହିପରି ରେଢ଼ାଖୋଲ ବନଖଣ୍ଡ ବଡ଼ମାଳ ରେଞ୍ଜ ଅନ୍ତର୍ଗତ ବୁଢିଖମାର ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ରଙ୍କ ଭୁଇନା( ୫୨) ବର୍ଷ।
Advertisment
ରଙ୍କ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟରବାତାବରଣ ସୃଷ୍ଟି ହୋଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
