Advertisment

ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ୧୪୪ ଧାରା

କୌଣସି ବିଶୃଙ୍ଖଳା ପରିସ୍ଥତି ନ ଘଟିବା ପାଇଁ ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି।

ଅଦ୍ୟତନ ହୋଇଛି
violence

violence

Advertisment

ହନୁମାନ ଜୟନ୍ତୀ ପୂର୍ବରୁ ସମ୍ବଲପୁରରେ ଜାରି ହୋଇଛି ୧୪୪ ଧାରା। ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଆସନ୍ତାକାଲି ହନୁମାନ ଜୟନ୍ତୀ ଥିବାରୁ କୌଣସି ବିଶୃଙ୍ଖଳା ପରିସ୍ଥତି ନ ଘଟିବା ପାଇଁ ପ୍ରାଶସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

Advertisment

ସୂଚନା ଅନୁସାରେ, ଗତକାଲି ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଧନୁପାଲି ଛକରୁ ରାଲି ଗଲା ବେଳେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଏହାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ପୁଲିସ ଉପରେ ଉତ୍ତ୍ୟକ୍ତ ଲୋକମାନେ ପଥର ମାଡ଼ କରିଥିଲେ। ଏହାସହ ଉତ୍ତ୍ୟକ୍ତ ଲୋକେ ଦୋକାନ ଜାଳିବା ସହ କାର୍, ବାଇକ ଜାଳି ଦେଇଥିଲେ।

ପଥମାଡରେ ଅତିରିକ୍ତ ଏସ୍ ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ୨୫ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି । କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଛି। ଉତ୍ତ୍ୟକ୍ତ ଲୋକଙ୍କୁ ଘଉଡାଇବା ଲାଗି ଜିଲ୍ଲା ସ୍କୁଲ ଛକରେ ପୁଲିସ ପକ୍ଷରୁ ମୃଦୁ ଲାଠି ମାଡ଼  କରାଯାଇଛି।

Advertisment
Odisha Police Sambalpur Sambalpur Violence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe