ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ବାଲି ଚୋରା ଚାଲାଣ ବେଳେ ଚଢ଼ାଉ କରିବାକୁ ଯାଇଥିବା ଅତିରିକ୍ତ ତହସିଲଦାର ଓ ୩ ଜଣ ଆରଆଇଙ୍କୁ ନିସ୍ତୁକ ପିଟିଲେ ବାଲି ମାଫିଆ। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାରେ।
ଆଜି ଭୋରରେ ଗଞ୍ଜାମ ତହସିଲ ମାଳି ଜଗନ୍ନାଥପୁର ଗାଁ ନିକଟ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିଲା। ଏହି ସମୟରେ ଗଞ୍ଜାମ ଅତିରିକ୍ତ ତହସିଲଦାର ଓ ତିନି ଜଣ ଆରଆଇ ସେଠାରେ ଚଢ଼ାଉ କରିଥିଲେ। ହେଲେ ବାଲି ମାଫିଆମାନେ ସେମାନଙ୍କୁ ଆକ୍ରମଣ କରି କ୍ଷତାକ୍ତ କରି ଦେଇଥିଲେ।
ଆକ୍ରମଣର ଶିକାର ହୋଇଥିବା ଚାରି ଅଧିକାରୀ ହେଉଛନ୍ତି- ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନା, ଆରଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରା। ସେମାନଙ୍କୁ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଗଞ୍ଜାମ ଥାନା ପୁଲିସ୍ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।