ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ମାଧପୁର ଗାଁର ଏକ କୂଅ ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସଙ୍ଗୀତା ସାହୁ।
ସଙ୍ଗୀତାଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ତାଙ୍କ ବାପା ବସଲା ସୁନାଭୁଇଁ ଅଭିଯୋଗ କରିଛନ୍ତି। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ପୁଲିସ୍ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ସଙ୍ଗୀତାଙ୍କ ସ୍ୱାମୀକୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।