କୂଅ ଭିତରୁ ସଙ୍ଗୀତାଙ୍କ ମୃତଦେହ ଉଦ୍ଧାର

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ମାଧପୁର ଗାଁର ଏକ କୂଅ ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସଙ୍ଗୀତା ସାହୁ। ସଙ୍ଗୀତାଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ତାଙ୍କ ବାପା ବସଲା ସୁନାଭୁଇଁ  ଅଭିଯୋଗ କରିଛନ୍ତି। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ […]

deadbody

Jyoshna Pradhan
  • Published: Friday, 26 July 2019
  • , Updated: 26 July 2019, 02:52 PM IST

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ମାଧପୁର ଗାଁର ଏକ କୂଅ ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସଙ୍ଗୀତା ସାହୁ।

ସଙ୍ଗୀତାଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ତାଙ୍କ ବାପା ବସଲା ସୁନାଭୁଇଁ  ଅଭିଯୋଗ କରିଛନ୍ତି। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।

ପୁଲିସ୍ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏଥିସହ ସଙ୍ଗୀତାଙ୍କ ସ୍ୱାମୀକୁ ପୁଲିସ୍‌ ଅଟକ ରଖି ପଚରାଉଚରା କରୁଛି।

Related story