ସଞ୍ଜୟ ସିଂ ଆଇ ଆଣ୍ଡ ପିଆର ସଚିବ, ଯାମିନୀ ଷଡ଼ଙ୍ଗୀ ଜିଏ ଓଏସଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ , ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ତଥା ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଭାବେ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଏମଡି ଦାୟିତ୍ୱ ତୁଲାଇବେ । ସେହିପରି ଓଡ଼ିଶା ରାଜ୍ୟ […]

i and pr

Ordigital Desk
  • Published: Friday, 17 June 2022
  • , Updated: 17 June 2022, 09:33 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ , ଭୁବନେଶ୍ୱର ମହାନଗର ନିଗମ(ବିଏମସି) କମିଶନର ତଥା ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି । ସେ ଅତିରିକ୍ତ ଭାବେ ଭାବେ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ସିଏମଡି ଦାୟିତ୍ୱ ତୁଲାଇବେ ।

ସେହିପରି ଓଡ଼ିଶା ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ତଥା ୨୦୦୮ ବ୍ୟାଚ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀଙ୍କୁ ସାଧାରଣ ପ୍ରଶାସନ(ଜିଏ) ବିଭାଗର ଓଏସଡି ଭାବେ ବଦଳି କରାଯାଇଛି । ଶ୍ରୀମତୀ ଷଡ଼ଙ୍ଗୀ ଓଡ଼ିଶା ଖାଦ୍ୟ ନିରାପତ୍ତା କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ ।

ସୂଚନାଯୋଗ୍ୟ, ପୂର୍ବରୁ ବରିଷ୍ଠ ଆଇଏଏସ୍ ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗରେ ଓଏସଡି ଭାବେ ବିନା କାର୍ଯ୍ୟରେ ବସାଇ ସରକାର ଦରମା ଦେଉଥିବାବେଳେ ଯାମିନୀ ଷଡ଼ଙ୍ଗୀଙ୍କୁ ଅନୁରୂପ ଭାବେ ସାଧାରଣ ପ୍ରଶାସନ ବିଭାଗର ଓଏସଡି କରାଯାଇଛି ।

Related story