ଲଘୁଚାପ ପ୍ରଭାବ: ସାରା ରାଜ୍ୟରେ ଲାଗି ରହିଛି ବର୍ଷା

ଭୁବନେଶ୍ୱର: ଗାଙ୍ଗେଟିକ୍‌ ୱେଷ୍ଟ୍‌ ବେଙ୍ଗଲ୍‌ ଓ ତାର ଆଖପାଖରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ପ୍ରବଳ ବର୍ଷା ହେବ। ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେହିପରି ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀଙ୍କୁ ସତର୍କ କରାଯାଇଛି।