Advertisment

ନିର୍ବାଚନ ପୂର୍ବରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ ପ୍ରାର୍ଥୀ

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ନିର୍ବାଚନର ଦିନକ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ । ମୁମୂର୍ଷ  ଅବସ୍ଥାରେ ଉଦ୍ଧାର ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ସାନ ଅଢ଼ଙ୍ଗାର ସରପଞ୍ଚ ପ୍ରାର୍ଥୀ ଅମୀୟ ରଞ୍ଜନ ସାହୁ  । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଓ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।  ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ସୂଚନାଯୋଗ୍ୟ, ଆଜି ନିର୍ବାଚନ ଥିବା ବେଳେ ଗତକାଲି ରାତିରେ ସ୍ଥାନୀୟ ଅର୍ଜୁନପୁର […]

ଅଦ୍ୟତନ ହୋଇଛି
ନିର୍ବାଚନ ପୂର୍ବରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲେ ସରପଞ୍ଚ ପ୍ରାର୍ଥୀ

tension

Advertisment

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ନିର୍ବାଚନର ଦିନକ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ । ମୁମୂର୍ଷ  ଅବସ୍ଥାରେ ଉଦ୍ଧାର ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ସାନ ଅଢ଼ଙ୍ଗାର ସରପଞ୍ଚ ପ୍ରାର୍ଥୀ ଅମୀୟ ରଞ୍ଜନ ସାହୁ  । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଓ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।  ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।

Advertisment

ସୂଚନାଯୋଗ୍ୟ, ଆଜି ନିର୍ବାଚନ ଥିବା ବେଳେ ଗତକାଲି ରାତିରେ ସ୍ଥାନୀୟ ଅର୍ଜୁନପୁର ବ୍ୟାଙ୍କଗଡ଼ା ନିକଟ ନାଳ ନିକଟରୁ ସରପଞ୍ଚ ପ୍ରାର୍ଥୀ ଅମୀୟ ରଞ୍ଜନ ସାହୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । କିଛି ବିରୋଧି ଗୋଷ୍ଠୀ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

ଅମୀୟଙ୍କୁ ଆକ୍ରମଣ ହୋଇଥିବା ପ୍ରଚାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।  ଖବରପାଇ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Advertisment
Odisha Panchayat Election 2022 Panchayat Election Violence
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe