ବୀରମିତ୍ରପୁର/ରାଉରକେଲା(ରାକେଶ/ସତ୍ୟାନନ୍ଦ): ମୁହଁରେ ମୁଖା ଓ ହାତରେ ଖଣ୍ଡା ଧରି ବ୍ୟାଙ୍କରେ ପଶିଲେ ୫ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟିନେଲେ ୫ ଲକ୍ଷରୁ ଅଧିକ ଟଙ୍କା। ବୁଧବାର ଅପରାହ୍ନରେ ଏପରି ଘଟଣା ସୁନ୍ଦରଗଡ଼ ଜିଲ୍ଲା ଜିଲ୍ଲା ବୀରମିତ୍ରପୁର ଥାନା ଅଞ୍ଚଳରେ ଘଟିଛି।
ସବୁଦିନ ପରେ ବୁଧବାର କୁଆଁରମୁଣ୍ଡା ଡୁମେରଜୋର ଏସ୍ବିଆଇ ବ୍ୟାଙ୍କ ଖୋଲିଥିଲା। ଅପରାହ୍ନ ପ୍ରାୟ ୪ଟା ବେଳେ ୫ ଜଣ ଯୁବକ ମୁଖା ପିନ୍ଧି ବନ୍ଧୁକ ଓ ଖଣ୍ଡା ଧରି ବ୍ୟାଙ୍କରେ ପଶିଥିଲେ। ଦୁର୍ବୃତ୍ତମାନେ ପ୍ରଥମେ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନଙ୍କୁ ଧମକାଇଥିଲେ। ପରେ ଡ୍ରୟରରେ ଥିବା ଟଙ୍କା ନେବାକୁ ଉଦ୍ୟମ କରିଥିଲେ। ମାତ୍ର ବ୍ୟାଙ୍କ ମ୍ୟାନେଜର ଦୀପ୍ତିକାନ୍ତ ମଲ୍ଲିକ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।