କଟକ(ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ଆଜି ଭୋରରୁ ସିନ୍ ରିକ୍ରିଏଟ୍ କରିଛି ସିବିଆଇ । ୧୯୯୯ ମସିହାରେ ଘଟିଥିବା ସେହି ସ୍ଥାନକୁ ବିବଦକୁ ନେଇ ତନାଘନା ଚଳାଇଛି ତଦନ୍ତକାରୀ ସଂସ୍ଥା । କେମିତି ଘଟାଇଥିଲା ଏ ଜଘନ୍ୟକାଣ୍ଡ ତାହାର ଖୋଳତାଡ଼ କରୁଛି ସିବିଆଇ । ଚନ୍ଦକା ଥାନା ଅଞ୍ଚଳରେ ଯେଉଁଠି ଘଟିଥିଲା ଏ ଘଟଣା, ସେଠାକୁ ନେଇ କରୁଛି ଛାନଭିନ୍ । ବିବନର ଆଜି ରିମାଣ୍ଡର ଶେଷ ଦିନ ।
୧୯୯୯ର ସେହି କାଳ ରାତିର କଳଙ୍କିତ କାହାଣୀ ସମ୍ପର୍କରେ ବିବନ ମୁହଁରୁ ସତ ବାହାର କରୁଛି ସିବିଆଇ । ସେହିଭଳି ଏହି କୁତ୍ସିତ କାଣ୍ଡ ପରେ କେମିତି ରାଜ୍ୟ ବାହାରକୁ ଖସିଯାଇଥିଲା? କେମିତି ନାଁ ବଦଳାଇ ଲୁଚି ବୁଲୁଥିଲା? କାହା ପ୍ରରୋଚନାରେ ଭିଆଇଥିଲା ଜଘନ୍ୟ ଅପରାଧ? କେଉଁମାନେ ତାକୁ ଫେରାର୍ କରାଇବାକୁ ସହଯୋଗ କରିଥିଲେ? ଏସବୁ ଦିଗକୁ ଫୋକସ୍ରେ ରଖି ବିବନ ମୁହଁରୁ ସତ ବାହାର କରିବାକୁ ଚେଷ୍ଟା କରୁଛି ସିବିଆଇ ।
ଅପରାଧ ପଛରେ ଷଡ଼ଯନ୍ତ୍ର ଥିବା ଇଙ୍ଗିତ କରିବା ସହ ଏସବୁ ତଥ୍ୟ ସାମ୍ନାକୁ ଆସୁ ବୋଲି ଅଞ୍ଜନା ଦାବି ଉଠାଇଥିଲେ । ବୁଧବାର ଝାରପଡ଼ା ଜେଲ୍ରେ ହୋଇଥିବା ଟିଆଇ ପରେଡ୍ରେ ବିବନକୁ ଚିହ୍ନଟ କରିଥିଲେ ଅଞ୍ଜନା ମିଶ୍ର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।