ହରତାଳ ଡର: କାଲି ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜନୈତିକ ଦଳ ଗୁଡ଼ିକର ହରତାଳ ଓ ବନ୍ଦ ଡାକରା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଏହାଛଡ଼ା ଆସନ୍ତାକାଲି ପରୀକ୍ଷା ଥିଲେ ଏହାକୁ ପରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

କୁନ୍ଦୁଲି ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି ବିଜେପି ରାଜ୍ୟବ୍ୟାପୀ ହରତାଳ ଓ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ସମୟରେ କୌଣସି ଅପ୍ରିତିକର ପରିସ୍ଥିତି ଘଟିବା ଆଶଙ୍କା କରି ରାଜ୍ୟ ସରକାର ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।