ରାୟଗଡ଼ା(ମାଉଡ଼ି ବାରିକ): ରାୟଗଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ସ୍କୁଲ ପିଲାଙ୍କୁ ନେଇ ଫେରୁଥିବା ଅଟୋକୁ ଧକ୍କା ଦେଲା ବୋଲେରୋ। ଦୁର୍ଘଟଣାରେ ଅଟୋ ଡ୍ରାଇଭର ସମେତ ୩ ଶିଶୁ ଗୁରୁତର ଆହତ ହୋଇଛନ୍ତି। ଆଜି ଅପରାହ୍ନରେ ରାୟଗଡ଼ା ସହର ସ୍ଥିତ ରେଳଷ୍ଟେସନ ନିକଟରେ ଏହି ଘଟଣା ଘଟିଛି। ଏହି ଅଟୋରେ ମୋଟ ୧୩ ଶିଶୁ ଥିଲେ। ଆହତଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଅବସ୍ଥା ସ୍ଥିର ରହିଛି।
ସ୍କୁଲ ଛୁଟି ହେବା ପରେ ପିଲାଙ୍କୁ ନେ଼ଇ ଫେରୁଥିଲା ଏହି ଅଟୋ। ଅପରପାର୍ଶ୍ୱରୁ ରଂଗ ରୁଟରେ ଆସୁଥିବା ବୋଲେର ଭାରସାମ୍ୟ ହରାଇ ଅଟୋକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ପୁଲିସ ଜବତ କରି ତଦନ୍ତ କରୁଛି।
[caption id="attachment_797809" align="aligncenter" width="650"] ଦୁର୍ଘଟଣା ଘଟାଇଥିବା ବୋଲେରୋ।[/caption]
ସୂଚନା ଅନୁସାରେ, ଏହି ବୋଲେରୋ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭ୍ରାମ୍ୟମାଣ ଚିକିତ୍ସା ସେବାରେ ନିୟୋଜିତ ଥିଲା। ତେବେ ଏନେଇ କାହାର ପ୍ରତିକ୍ରିୟା ମିଳିପାରିନାହିଁ। ସେପଟେ ଦୁର୍ଘଟଣା ଘଟିବା ପରେ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।