ମାଲକାନଗିରି(ଜିତେନ୍ଦ୍ର ବେଉରା) ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲା ବେଶ ପ୍ରଭାବିତ ହୋଇଛି । ପୋଲ ଉପରେ ପାଣି ଚାଲୁଥିବାରୁ ମାଲକାନଗିରି ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ଅବିଶ୍ରାନ୍ତ ବର୍ଷା ଯୋଗୁଁ ଜିଲ୍ଲାର ସବୁ ଛୋଟ ବଡ଼ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।
କୋରକୋଣ୍ଡା, କାଙ୍କରକୋଣ୍ଡା ଓ ଏମ୍ଭି ୩୭ଠାରେ ପୋଲ ଉପରେ ୫ ଫୁଟ ଉଚ୍ଚର ପାଣି ଚାଲୁଛି ।ରାସ୍ତା ଉପରେ ପାଣି ଯାତାୟତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି । ପାଙ୍ଗାମ, ଏମ୍ଭି -୯୦, କନ୍ୟାଶ୍ରମ, ପଟେରୁ ପୋଲ ଉପରେ ପାଣି ଚାଲୁଛି । ମାଲକାନଗିରିରୁ ଆନ୍ଧ୍ର, ଛତିଶଗଡ଼ ଓ ଜୟପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି ।
ଜିଲ୍ଲାର ଶତାଧିକ ଗାଁ ପାଣିଘେରରେ ରହିଛି। ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ପ୍ରବଳ ବର୍ଷା ଦୃଷ୍ଟିରୁ ଆଜି ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ୧୦ ଦିନ ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୩ଥର ବନ୍ୟା ପରିସ୍ଥିତି ସୃଷ୍ଟି ହେଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।