ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଆଜି ସବୁ ସ୍କୁଲ ଓ ଜୁନିୟର କଲେଜ ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ସରକାର । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସେପଟେ ଆଜି ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଛୁଟି ଘୋଷଣା କରାଯାଇଛି ।
ପଞ୍ଚାୟତିରାଜ ଦିବସ ପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ଉଚ୍ଚ ଶିକ୍ଷା ଅଧୀନ ସମସ୍ତ ଡିଗ୍ରୀ କଲେଜ ଛୁଟି ରହିବ । ଆଜିର ଛୁଟି ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଡିଗ୍ରୀ କଲେଜ ଅଧ୍ୟକ୍ଷ ଏ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଅବଗତ କରାଇଛନ୍ତି।
ସୂଚନାଯୋଗ୍ୟ, ଏବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚାଲିଥିବା ବେଳେ ଅନ୍ୟ ସବୁ କ୍ଲାସ ବନ୍ଦ ରହିଛି। ତେଣୁ ଶୁକ୍ରବାର ଛୁଟି ଘୋଷଣା ହେବା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ।