Advertisment

ଆସିଲା ଗାଇଡ୍‌ଲାଇନ୍, କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଖୋଲିବ ସ୍କୁଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)କରୋନା କଟକଣା ପାଇଁ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ। ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ସ୍କୁଲ ଖୋଲିପାରିବ। କଣ୍ଟେନମେଣ୍ଟ ଜୋନ୍‌ରେ କୌଣସି ଶିକ୍ଷକ, ପିଲା ସ୍କୁଲ ଆସିବା ମନା ରହିଛି। ତେବେ କଣ୍ଟେନମେଣ୍ଟ […]

ଅଦ୍ୟତନ ହୋଇଛି
ଆସିଲା ଗାଇଡ୍‌ଲାଇନ୍, କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଖୋଲିବ ସ୍କୁଲ

school

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)କରୋନା କଟକଣା ପାଇଁ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ। ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ସ୍କୁଲ ଖୋଲିପାରିବ।

Advertisment

କଣ୍ଟେନମେଣ୍ଟ ଜୋନ୍‌ରେ କୌଣସି ଶିକ୍ଷକ, ପିଲା ସ୍କୁଲ ଆସିବା ମନା ରହିଛି। ତେବେ କଣ୍ଟେନମେଣ୍ଟ ଜୋନ୍ ହେଲେ ଖୋଲିଥିବା ସ୍କୁଲ ତୁରନ୍ତ ବନ୍ଦ ହେବ। ଖୋଲିବା ପୂର୍ବରୁ ଆସବାବପତ୍ର, ଲାଇବ୍ରେରୀ ଇତ୍ୟାଦି ସାନିଟାଇଜ ହେବ। ପାଇଖାନା ଓ ପାନୀୟ ଜଳ ବ୍ୟବସ୍ଥା ନଥିବା ସ୍କୁଲ ଖୋଲିପାରିବନି। ଏବେ କୌଣସି ହଷ୍ଟେଲ ଖୋଲିପାରିବନି ବୋଲି ସରକାର କହିଛନ୍ତି। ସ୍କୁଲ ବସ୍ ବଦଳରେ ଅଭିଭାବକ ପିଲାଙ୍କୁ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। କୌଣସି ପିଲାଙ୍କୁ ସ୍କୁଲକୁ ଆସିବାକୁ ବାଧ୍ୟ କରାଯାଇ ପାରିବନାହିଁ।

କେବଳ ଅଭିଭାବକ ଏବଂ ପିଲା ରାଜିଥିଲେ ସ୍କୁଲ ଆସିପାରିବେ। କ୍ଲାସ ରୁମ୍‌ ସାମାଜିକ ଦୂରତା ପାଇଁ ଗୋଟିଏ ସିଟ୍ ଛାଡ଼ି ବସିବେ ପିଲାଙ୍କ ପାଇଁ ପରୀକ୍ଷା ଭଳି କ୍ଲାସ୍‌ରେ  ନିର୍ଦ୍ଦିଷ୍ଟ ସିଟ୍ ବ୍ୟବସ୍ଥା ହେବ। ପ୍ରତି ସ୍କୁଲରେ ଆଇସୋଲେସନ ରୁମ୍ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି କ୍ଲାସରେ ୨୦ରୁ ୨୫ ଜଣ ପିଲାଙ୍କୁ ବସିବାକୁ ଅନୁମତି ମିଳିବ। ସ୍କୁଲ ଟାଇମିଂ ପୂର୍ବଭଳି ରଖାଯିବାକୁ ସରକାର ଘୋଷଣା କରିଛନ୍ତି। ଗହଳି ଏଡ଼ାଇବାକୁ ରିସେସ୍ ଟାଇମ୍ ଭିନ୍ନ ଭିନ୍ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment

ସୂଚନାଯୋଗ୍ୟ ଯେ, ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।  ଉଭୟ କ୍ଲାସ ପାଇଁ ୧୦୦ ଦିନ ପାଠ ପଢ଼ା ହେବ। ଶନିବାର ଓ ରବିବାର ସ୍କୁଲ ବନ୍ଦ ରହିବ ନାହିଁ। ଏହି ଦିନ ମଧ୍ୟ କ୍ଲାସ୍ ଚାଲୁ ରହିବ।  ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ପାଠପଢ଼ା ହେବ। ଦ୍ୱାଦଶ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ପାଠପଢ଼ା ଚାଲୁ ରହିବ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe