ଆଜି ୧୦ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ  ଆଜି ୧୦ଟି  ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି।  ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନେ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି ମଧ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ,  ଗଜପତି, ଭଦ୍ରକ, […]

student

Jyoshna Pradhan
  • Published: Friday, 25 October 2019
  • , Updated: 25 October 2019, 07:54 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଲଘୁଚାପ ପ୍ରଭାବରେ ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ  ଆଜି ୧୦ଟି  ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି।  ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଏହିସବୁ ଜିଲ୍ଲାର ଜିଲ୍ଲାପାଳମାନେ ଛୁଟି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ମଧ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ,  ଗଜପତି, ଭଦ୍ରକ, ଢେଙ୍କାନାଳ, କଟକ,  କେନ୍ଦ୍ରାପଡ଼ା, ପୁରୀ ଓ ଯାଜପୁର ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା।

Related story