୮ରୁ ରାଜ୍ୟରେ ଖୋଲିବ ସ୍କୁଲ, କିନ୍ତୁ ସମସ୍ତଙ୍କ ପାଇଁ ନୁହଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶେଷରେ ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସି ଖବର। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ।  କରୋନା କଟକଣା ପାଇଁ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ତେବେ ସମସ୍ତଙ୍କ ପାଇଁ ନୁହେଁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତି ନିଆଯାଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ଓ […]

school

Tapas Behera
  • Published: Saturday, 02 January 2021
  • , Updated: 02 January 2021, 06:22 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶେଷରେ ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସି ଖବର। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ।  କରୋନା କଟକଣା ପାଇଁ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ତେବେ ସମସ୍ତଙ୍କ ପାଇଁ ନୁହେଁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତି ନିଆଯାଇଛି।

ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ। ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ।

ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ‍୍‌ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ। ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ‍୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏମିତିକି ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠ ପଢ଼ାଯିବ। ପାଠପଢ଼ା ନିମନ୍ତେ  ଏକ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନ୍ ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ‍୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିଦ୍ଦେର୍ଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ। ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ‍୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ‍୍‌ଲାଇନ‍୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।

 

 

Related story