ଆଜିଠୁ ଖୋଲିଲା ସ୍କୁଲ, ଅଭିଭାବକଙ୍କ ସହମତି ପତ୍ର ବାଧ୍ୟତାମୂଳକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାର କୋପ ଯୋଗୁ ଦୀର୍ଘ ୯ ମାସ ହେଲା ବନ୍ଦ ରହିଥିବା ସ୍କୁଲ ଆଜିଠୁ ଖୋଲିଛି। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ କେବଳ ସ୍କୁଲକୁ ଯିବାକୁ ଅନୁମତି ମିଳିଲା । ଏଥିପାଇଁ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୁରା କ୍ୟାମ୍ପସ୍‌କୁ ବିଶୋଧନ କରାଯାଇଛି। ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ହୋଇଛି । ଛାତ୍ରଛାତ୍ରୀ ଅଭିଭାବକଙ୍କ ସହମତି ପତ୍ର ନେଇ ସ୍କୁଲରେ ପ୍ରବେଶ କରିବେ। […]

capital

capital

Niharika Rout
  • Published: Friday, 08 January 2021
  • Updated: 08 January 2021, 10:23 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାର କୋପ ଯୋଗୁ ଦୀର୍ଘ ୯ ମାସ ହେଲା ବନ୍ଦ ରହିଥିବା ସ୍କୁଲ ଆଜିଠୁ ଖୋଲିଛି। ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ କେବଳ ସ୍କୁଲକୁ ଯିବାକୁ ଅନୁମତି ମିଳିଲା । ଏଥିପାଇଁ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୁରା କ୍ୟାମ୍ପସ୍‌କୁ ବିଶୋଧନ କରାଯାଇଛି। ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ହୋଇଛି । ଛାତ୍ରଛାତ୍ରୀ ଅଭିଭାବକଙ୍କ ସହମତି ପତ୍ର ନେଇ ସ୍କୁଲରେ ପ୍ରବେଶ କରିବେ।

ପ୍ରତି କ୍ଲାସ ରୁମ୍‌ରେ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀ ବସିବେ ।  କ୍ଲାସଗୁଡ଼ିକୁ ବିଭିନ୍ନ ସେକ୍ସନରେ ବିଭକ୍ତ କରାଯାଇଛି । ଭିଡ଼ ଏଡାଇବା ଲାଗି ଖାଇବା ଛୁଟି ବି  ପର୍ଯ୍ୟାୟକ୍ରମେ କରାଯିବ । ପ୍ରଥମ ଦିନରୁ ହିଁ ନିର୍ଦ୍ଦିଷ୍ଟ ଭାବେ ଗୋଟିଏ ସିଟ୍‌ରେ ଛାତ୍ରଛାତ୍ରୀ ବସିବେ । ସଂକ୍ରମଣ ରୋକିବା ପାଇଁ ସାନିଟାଇଜର, ହ୍ୟାଣ୍ଡ ଓ୍ୱାସ୍ ମହଜୁଦ ରଖାଯାଇ ଥିବାବେଳେ ଥର୍ମାଲ ସ୍କ୍ରିନିଂ କରି ଛାତ୍ରଛାତ୍ରୀଙ୍କୁ ସ୍କୁଲ ଭିତରକୁ ଛଡ଼ାଯିବ ।

ଯେଉଁମାନଙ୍କର କୋଭିଡ୍ ଲକ୍ଷଣ ପରିଲକ୍ଷିତ ହେବ ସେମାନଙ୍କୁ ପ୍ରତି ସ୍କୁଲ୍‌ରେ କରାଯାଇଥିବା ଆଇସୋଲେସନ୍ ରୁମ୍‌ରେ ରଖି ନିକଟସ୍ଥ ମେଡିକାଲ ଟିମ୍‌କୁ ସୂଚନା ଦେବେ କର୍ତ୍ତୃପକ୍ଷ । ସେହିପରି ପ୍ରବେଶ ପରେ ଅଧାରୁ ସ୍କୁଲ୍ ବାହାରକୁ କାହାରିକୁ ଛଡାଯିବନି । ଛୁଟି ପରେ ପୁଣିଥରେ ସବୁ ରୁମ୍‌କୁ  ସାନିଟାଇଜ କରାଯିବ ।

ସ୍କୁଲ ଖୋଲିବାର ୨ ଦିନ ପରେ ଅର୍ଥାତ ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

ସୂଚନାଯୋଗ୍ୟ୍ୟ,  ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ବାର୍ଷିକ ପରୀକ୍ଷା  ତଥା ବିଭିନ୍ନ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛି। ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ କ୍ଲାସ ଚାଲିବ।

ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ,  କରୋନା ମହାମାରୀ ଭିତରେ ଆସନ୍ତା ୧୦ ତାରିଖରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଅନଲାଇନରେ ଫର୍ମ ଫିଲ୍ଅପ୍‌ ହେବ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅନଲାଇନ୍‌ରେ ଫର୍ମ ଫିଲ୍ଅପ୍‌ କରିବେ ।

ପରୀକ୍ଷା ଦେବାକୁ ଥିବା ରେଗୁଲାର, କ୍ୱାସି ରେଗୁଲାର, ଏକ୍ସ ରେଗୁଲାର, କରେସପଣ୍ଡେନ୍ସ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ମାନେ ୧୦ ତାରିଖରୁ ଫର୍ମ ଫିଲଅପ୍ କରିପାରିବେ । ସକାଳ ୧୦ଟାରୁ ଫର୍ମ ଫିଲଅପ୍ ଆରମ୍ଭ ହେବ । ଏହା ୨୮ ତାରିଖ ଯାଏ ଚାଲିବ । ତେବେ ଫର୍ମ ଫିଲଅପ୍ ପାଇଁ ଜାନୁଆରି ୨୭କୁ ଫିସ୍ ଦାଖଲର ଶେଷ ଦିନ ରଖାଯାଇଛି । ଅନ୍ୟପକ୍ଷରେ ଜାନୁଆରି ୨୮ରୁ ଫେବୃଆରି ୧ ତାରିଖ ରାତି ୧୧ଟା ୪୫ ଯାଏ ଜରିମାନା ସହ ଫର୍ମ ଫିଲପ କରାଯାଇପାରିବ । ତେବେ ଜରିମାନା ସହ ଫର୍ମ ଫିଲଅପ୍‌ ଶେଷ ଦିନ ଫେବୃଆରୀ ୨ ତାରିଖ ରହିଛି । www.bseodisha.ac.in ୱେବସାଇଟରେ ଫର୍ମ ପୂରଣ ପାଇଁ ଲିଙ୍କ ଓ ନିର୍ଦ୍ଦେଶାବଳୀ ଉଲ୍ଲେଖ ରହିଛି।

ଏହାପରେ ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ‍୍‌ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ। ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ‍୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଶନିବାର/ରବିବାରକୁ ମିଶାଇ ମୋଟ ୧୦୦ ଦିନ ପାଠ ପଢ଼ାଯିବ।

ପାଠପଢ଼ା ନିମନ୍ତେ  ଏକ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନ୍ ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ। ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ‍୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିଦ୍ଦେର୍ଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ।

ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ‍୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ‍୍‌ଲାଇନ‍୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story