ବାଲିଗୁଡ଼ା (ଓଡ଼ିଶା ରିପୋର୍ଟର): ସ୍କର୍ପିଓ ଚଢ଼ି ଯିବାରୁ ଜଣେ ସୁଇପରଙ୍କ ମୃତ୍ୟୁ ଘଟିଛି। ଘଟଣାଟି ଘଟିଛି କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧରେ।
ମୃତକ ଜଣଙ୍କ ହେଉଛନ୍ତି ପାନବୁଡୁ ନାୟକ। ତାଙ୍କ ଘର ଝିରିପାଣି ଅଞ୍ଚଳ। ଦୀର୍ଘ ଦିନ ଧରି ସେ ତୁମୁଡ଼ିବନ୍ଧରେ ରହି ସୁଇପର ଭାବେ କାର୍ଯ୍ୟ କରି ଆସୁଥିଲେ।
ଆଜି ସକାଳେ ତୁମୁଡ଼ିବନ୍ଧ ଜଗନ୍ନାଥ ମନ୍ଦିର ନିକଟ ମୁଖ୍ୟ ରାସ୍ତାରେ ଝାଡୁ କରୁଥିବା ସମୟରେ ଏକ ସ୍କର୍ପିଓ ତାଙ୍କ ଉପରେ ଚଢ଼ି ଯାଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ତୁମୁଡ଼ିବନ୍ଧ ହସ୍ପିଟାଲ ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ତୁମୁଡ଼ିବନ୍ଧ ପୁଲିସ ସମ୍ପୃକ୍ତ ସ୍କର୍ପିଓକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।
ସୂଚନାଯୋଗ୍ୟ, ଏହି ସ୍କର୍ପିଓରେ କିଛି ପର୍ଯ୍ୟଟକ ଥିଲେ। ସେମାନେ ନୟାଗଡ଼ ଜିଲ୍ଲାର। ସେମାନେ କୋରାପୁଟରୁ ବୁଲାବୁଲି କରି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।