ସୁମିତ ଓ ତପସ୍ୱିନୀ ଭଡ଼ା ଘରେ ଏକାଠି ରହିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଦାମ୍ପତ୍ୟ କଳହକୁ ନେଇ ଛନ୍ଦି ହୋଇପଡ଼ିଥିବା ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀ ଦାଶ ପୁଣି ଏକାଠି ରହିବେ। ଆଜି ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ଭଡ଼ାଘର ନେଇ ରହିବେ। ସମସ୍ତ ଖର୍ଚ୍ଚ ସୁମିତ ବହନ କରିବେ ବୋଲି କୋର୍ଟ କହିଛନ୍ତି। ସେପଟେ ଗତ ୭ ଦିନ ଧରି ବାହାରେ ଜଗି ରହିଥିବା ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କୋର୍ଟ ହଟାଇ ଦେଇଛନ୍ତି। ତେବେ ସେମାନଙ୍କ ସମ୍ପର୍କରେ ପ୍ରତି ୭ […]

Tapaswani-and-Sumit

Tapaswani-and-Sumit

Manoranjan Sial
  • Published: Thursday, 09 December 2021
  • Updated: 09 December 2021, 10:06 PM IST

Sports

Latest News

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଦାମ୍ପତ୍ୟ କଳହକୁ ନେଇ ଛନ୍ଦି ହୋଇପଡ଼ିଥିବା ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀ ଦାଶ ପୁଣି ଏକାଠି ରହିବେ। ଆଜି ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ଭଡ଼ାଘର ନେଇ ରହିବେ। ସମସ୍ତ ଖର୍ଚ୍ଚ ସୁମିତ ବହନ କରିବେ ବୋଲି କୋର୍ଟ କହିଛନ୍ତି। ସେପଟେ ଗତ ୭ ଦିନ ଧରି ବାହାରେ ଜଗି ରହିଥିବା ପୁଲିସ ସୁରକ୍ଷା ବ୍ୟବସ୍ଥାକୁ କୋର୍ଟ ହଟାଇ ଦେଇଛନ୍ତି। ତେବେ ସେମାନଙ୍କ ସମ୍ପର୍କରେ ପ୍ରତି ୭ ଦିନରେ ପୁଲିସ ରିପୋର୍ଟ କରିବାକୁ କୋର୍ଟ ଆଦେଶ ଦେଇଛନ୍ତି। ଡାକ୍ତର ସୁମିତ ଓ ତପସ୍ୱିନୀଙ୍କୁ ଭେଟିବା ପାଇଁ ଦୁହିଁଙ୍କ ପରିବାରକୁ ଅନୁମତି ମିଳିଛି। ସୁମିତଙ୍କ ପରିବାର ପକ୍ଷ ରଖିବା ପାଇଁ ୭ ଦିନ ସମୟ ନେଇଥିବା ବେଳେ ଜାନୁଆରୀ ୧୭ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ।

ନିଜକୁ ବୋହୂ ବୋଲି ଦାବି କରି ଡିମ୍ପଲ ଦାଶ ଓରଫ ତପସ୍ୱିନୀ ବ୍ରହ୍ମପୁର ଦ୍ୱିତୀୟ ଲେନ୍‌ରେ ଥିବା ଶ୍ୱଶୁର ଘର ସମ୍ମୁଖରେ ଧାରଣାରେ ବସିଥିଲେ।ଆଉ ଅଭିଯୋଗ କରି କହିଥିଲେ, ସେ ଡାକ୍ତର ସୁମିତ ସାହୁଙ୍କ ପତ୍ନୀ। ୨୦୨୦ ମସିହା ସେପ୍ଟେମ୍ବର ୭ ତାରିଖରେ ସୁମିତଙ୍କୁ ସେ କୋର୍ଟ ମ୍ୟାରେଜ କରିଥିଲେ। ଏମିତିକି ବିବାହ ପରେ ସେହି ଘରେ ୬ ମାସ ଧରି ବୋହୂ ଭାବେ ବିତାଇଥିଲେ ବୋଲି ଡିମ୍ପଲ କହିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଶ୍ୱଶୁର ଘର ଲୋକେ ପୁଣି ବୈଦିକ ରୀତିରେ ବିବାହ କରାଇବାର ମିଛ ପ୍ରତିଶ୍ରୁତି ଦେଇ ତାଙ୍କୁ ବାପଘରକୁ ପଠାଇ ଦେଇଥିଲେ। ଏପରିକି ବିବାହ ପାଇଁ ଦୁଇ ଦୁଇଟି ତାରିଖ ଦେଇ ମଧ୍ୟ କଥା ରଖିନଥିବାରୁ ଏବେ ଉପାୟ ନପାଇ ଶ୍ୱଶୁର ଘର ସାମ୍ନାରେ ଧାରଣା ଦେବାକୁ ବାଧ୍ୟ ହୋଇଛି ବୋଲି ତପସ୍ୱିନୀ ଅଭିଯୋଗ କରିଥିଲେ।

ଧାରଣାରେ ବସିବାର ୨୪ ଘଣ୍ଟା ପରେ ତପସ୍ୱିନୀଙ୍କୁ ବୋହୂ ବୋଲି ସ୍ୱୀକାର କରିଥିଲେ ସୁମିତଙ୍କ ବାପା। ଏପରିକି ସୁମିତ ମଧ୍ୟ ବାହା ହୋଇଥିବା ମାନିଥିଲେ। ତେବେ ମାମଲା କୋର୍ଟରେ ବିଚାର ଚାଲିଥିବାରୁ ମୁଁ କିଛି କରିପାରିବି ନାହିଁ ବୋଲି ସୁମିତ କହିଥିଲେ। ଗତ ତିନି ତାରିଖରେ ଏହି ହାଇପ୍ରୋଫାଇଲ୍‌ ମାମଲାର ବିଚାର କରିଥିଲେ ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ। ଡାକ୍ତର ସୁମିତ ଓ ତପସ୍ୱିନୀଙ୍କୁ ୭ ଦିନ ଏକାଠି ରହିବାକୁ ନିର୍ଦ୍ଦେଶ ଦେଲେ। ଆସିକାରେ ଏକ ଭଡ଼ା ଘରେ ଏକାଠି ରହିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ। ଭଡ଼ା ଘର ଠିକ୍‌ କରି ସୁରକ୍ଷା ଦାୟିତ୍ୱରେ ରହିଥିଲେ ଆସକା ଥାନା ଆଇଆଇସି। ୭ ଦିନ ମଧ୍ୟରେ ଉଭୟଙ୍କୁ କାହା ସହ ଦେଖା ସାକ୍ଷାତ କରିଦିଆଯିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos