କିଏ ହେବେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯୮୭ ବ୍ୟାଚ୍ ଆଇଏଏସ୍ ରାଜେଶ ବର୍ମା କେନ୍ଦ୍ର କୃଷି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦରେ କିଏ ଅବସ୍ଥାପିତ ହେବେ ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଶ୍ରୀ ବର୍ମା ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ମିଳିଥିବା ସୂଚନା ଅନୁସାରେ, ୨୦୧୭ ଜାନୁୟାରୀ ମାସରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଥିବା ଶ୍ରୀ ବର୍ମା ପରେ […]

at-long-last-odisha-ministers-get-their-personal-secretaries

at-long-last-odisha-ministers-get-their-personal-secretaries

Manoranjan Sial
  • Published: Friday, 19 July 2019
  • Updated: 19 July 2019, 05:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯୮୭ ବ୍ୟାଚ୍ ଆଇଏଏସ୍ ରାଜେଶ ବର୍ମା କେନ୍ଦ୍ର କୃଷି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦରେ କିଏ ଅବସ୍ଥାପିତ ହେବେ ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଶ୍ରୀ ବର୍ମା ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

ମିଳିଥିବା ସୂଚନା ଅନୁସାରେ, ୨୦୧୭ ଜାନୁୟାରୀ ମାସରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଥିବା ଶ୍ରୀ ବର୍ମା ପରେ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି ପାଇଥିଲେ । ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରାଜ୍ୟ ସରକାରଙ୍କ ତାଙ୍କୁ ଅନୁମତି ପ୍ରଦାନ କରିଥିଲେ। ଶ୍ରୀ ବର୍ମା କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ କେଉଁ ଅଫିସରଙ୍କୁ ଅବସ୍ଥାପିତ କରାଯିବ ତାକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି।

ତେବେ ନିର୍ଭରଯୋଗ୍ୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ୧୯୯୨ ବ୍ୟାଚ୍ ଆଇଏଏସ ତଥା ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଦେଓରଞ୍ଜନ ସିଂହ ଓ ୧୯୯୪ ବ୍ୟାଚ୍ ଆଇଏଏସ୍ ତଥା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥିଭାଥାନନଙ୍କ ନାଁ ଏହି ପଦବୀ ପାଇଁ ସବୁଠୁ ଆଗରେ ରହିଛି। ୨୦୧୩ ଜୁନ୍ ମାସରୁ ପଞ୍ଚାୟତିରାଜ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିବା ଦେଓରଞ୍ଜନ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିବାର ସମ୍ଭାବନା ଅଧିକ ରହିଛି। ୩-୪ ଦିନ ମଧ୍ୟରେ ଏହି ନୂତନ ନିଯୁକ୍ତିକୁ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡ଼ିଛି।

ଅନ୍ୟପକ୍ଷରେ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର କାର୍ଯ୍ୟଶୈଳୀକୁ ଦେଖି ଅଧିକାଂଶ ଅଫିସର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିବାକୁ ଆଗ୍ରହ ଦେଖାଉନାହାନ୍ତି । ବର୍ତ୍ତମାନର ମୁଖ୍ୟ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ‘ମୁଖ୍ୟମନ୍ତ୍ରୀଙ୍କ ଅତିିରିକ୍ତ ମୁଖ୍ୟ ସଚିବ’ ଭାବେ କାର୍ଯ୍ୟ କରିବା ସମୟରେ ହିଁ ଏହି ପଦକୁ ନେଇ ଅଫିସରମାନଙ୍କ ମଧ୍ୟରେ ରହିଥିବା କ୍ରେଜ୍ ଧୀରେଧୀରେ ହ୍ରାସ ପାଇଥିଲା। ୨୦୧୫ ନଭେମ୍ବର ମାସରେ ୟୁଏନ୍ ବେହେରାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ମିଳିବା ପରେ ‘ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ’ ହିଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀର କ୍ଷମତାକୁ ସଙ୍କୁଚିତ କରିଦେଇ ଗୁରୁତ୍ୱହୀନ କରିଦେଇଥିଲା। ପରେ ଶ୍ରୀ ବର୍ମାଙ୍କ ସମୟରେ ‘ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦବୀ’ର କ୍ଷମତା ସମ୍ପୂର୍ଣ୍ଣ ସଙ୍କୁଚିତ ହୋଇପଡ଼ିଥିଲା। ଏପରିକି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପଦବୀରେ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ଜଣେ ଅଫିସର କାର୍ଯ୍ୟ କରୁଛନ୍ତି ବୋଲି ଅନେକ ଭୁଲି ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos