ପୁରୀ(ଓଡ଼ିଶା ରିପୋର୍ଟର):ପୁରୀ ଶ୍ରୀମନ୍ଦିରରେ ଆଜି ସକାଳୁ ସକାଳୁ ଏକ ଅଘଟଣ ଘଟିଯାଇଛି। ପଶ୍ଚିମ ଦ୍ୱାରରେ ଥିବା ଉଗ୍ର ନୃସିଂହଙ୍କ କୋଳରେ ଶୋଭା ପାଉଥିବା ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଖସି ପଡ଼ି ଜଣେ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତ ହେଉଛନ୍ତି କୁନୁ ମହାପାତ୍ର। ପଥର ଖସି ପଡ଼ିବାରୁ ତାଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାଯାଇଛି।
ଏନେଇ ସେବାୟତ କୁନୁ ମହାପାତ୍ର କହିଛନ୍ତି, ସକାଳୁ ଗାଧୋଇ ମନ୍ଦିରକୁ ଯାଇଥିଲି। ସେଠାରେ ମହାପ୍ରଭୁଙ୍କୁ ଲୁଗା ପିନ୍ଧେଇ ଦେଉଥିବା ବେଳେ ହଠାତ୍ ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଖସି ମୋ ଗୋଡ଼ ଉପରେ ପଡ଼ିଗଲା। ଏକ୍ସରେରୁ ଗୋଡ଼ ଭାଙ୍ଗିଯାଇଥିବା ଜଣାଯାଇଛି। ପୁରୀରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିଥିବା ବେଳେ ଭୁବନେଶ୍ୱର ରେଫର କରିଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।