ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ହଜାରେ ଅତିକ୍ରମ କରିଥିବାବେଳେ ୩ ଦିନ ବ୍ୟବଧାନରେ ଓଡ଼ିଶାରେ ଆଉ ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି । ଚତୁର୍ଥ ଲହରରେ ରାଜ୍ୟରେ ଏହା ଦ୍ୱିତୀୟ କରୋନା ମୃତ୍ୟୁ ।
ମିଳିଥିବା ସୂଚନା ଅନୁସାରେ, କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସୁନ୍ଦରଗଡ଼ର ଜଣେ ୮୨ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୧୨୮ରେ ପହଞ୍ଚିଛି। ପ୍ରାୟ ୨ମାସ ବ୍ୟବଧାନରେ ଗତ ମଙ୍ଗଳବାର ଭୁବନେଶ୍ୱରରେ ଜଣେ ୭୮ ବର୍ଷୀୟ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିଲା। ଓଡ଼ିଶାରେ ମେ’ ୨ତାରିଖ ପରଠୁ କେହି କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇ ନଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ଅନ୍ୟପକ୍ଷରେ ଆଜି ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୮୨୫କୁ ବୃଦ୍ଧି ପାଇଛି । କେବଳ ଆଜି ଗୋଟିଏ ଦିନରେ ୧୦୪୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।