କାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, କୋଟିଆରେ ବି ପଡ଼ିବ ଭୋଟ

ଭୁବନେଶ୍ୱର(ଓଡ଼ିଶଶ ରିପୋର୍ଟର): ପଞ୍ଚାୟତ ନିର୍ବାଚନରେ ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହା ପୂର୍ବରୁ ଗତକାଲି ସଂଧ୍ୟାରେ ଶେଷ ହୋଇଛି ପ୍ରଚାର  । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୬୮ଟି ବ୍ଲକ୍‌ରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍ ଲାଗି ନିର୍ବାଚନ ହେବ । ମୋଟ୍ ୧୫ଶହ ୧୪ ପଂଚାୟତର ୨୦ ହଜାର ୪୩୬ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ । ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ଭୋଟର୍ ମତଦାନ କରିବେ । ସେଥିପାଇଁ ରାଜ୍ୟ […]

vote

Niharika Rout
  • Published: Thursday, 17 February 2022
  • , Updated: 17 February 2022, 12:55 PM IST

ଭୁବନେଶ୍ୱର(ଓଡ଼ିଶଶ ରିପୋର୍ଟର): ପଞ୍ଚାୟତ ନିର୍ବାଚନରେ ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହା ପୂର୍ବରୁ ଗତକାଲି ସଂଧ୍ୟାରେ ଶେଷ ହୋଇଛି ପ୍ରଚାର  । ଏହି ପର୍ଯ୍ୟାୟରେ ୩୦ଟି ଜିଲ୍ଲାର ୬୮ଟି ବ୍ଲକ୍‌ରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍ ଲାଗି ନିର୍ବାଚନ ହେବ । ମୋଟ୍ ୧୫ଶହ ୧୪ ପଂଚାୟତର ୨୦ ହଜାର ୪୩୬ ବୁଥ୍‌ରେ ଭୋଟ ଗ୍ରହଣ କରାଯିବ । ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ଭୋଟର୍ ମତଦାନ କରିବେ ।

ସେଥିପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଓ ଜିଲ୍ଲା ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି  । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଗତକାଲି ବୁଥ୍‌କୁ ଯାଇଛନ୍ତି ପୋଲିଂ ପାର୍ଟି । ସେପଟେ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ହେବାକୁ ଥିବା ବହୁ ଚର୍ଚ୍ଚିତ କୋଟିଆ ପଞ୍ଚାୟତରେ ମଧ୍ୟ ପହଞ୍ଚିଛି ପୋଲିଂ ପାର୍ଟି ।

ଆସନ୍ତାକାଲି କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ୍ ଜୋନ୍-୧ ଜିଲ୍ଲା ପରିଷଦ ପାଇଁ ଭୋଟ୍ ଗ୍ରହଣ ହେବ । ଯେଉଁଥିରେ କୋଟିଆ ପଞ୍ଚାୟତ ମଧ୍ୟ ସାମିଲ ରହିଛି  । କୋଟିଆ ପଞ୍ଚାୟତର ୧୩ଟି ବୁଥ୍‌ରେ ୫, ୭୯୦ ଭୋଟର୍ ମତଦାନ କରିବେ । ଏପଟେ ଗତକାଲି ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୭୦ ପ୍ରତିଶତ ମତଦାନ ହୋଇଛି । ସମସ୍ତ ୩୦ ଜିଲ୍ଲାର ମୋଟ୍ ୭୧ଟି ବ୍ଲକ୍‌ର ୨୦୦ ଜିଲ୍ଲା ପରିଷଦ ଜୋନ୍ ଲାଗି ଗତକାଲି ମତଗ୍ରହଣ ହୋଇଥିଲା  ।

Related story