ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ତେବେ କରୋନା କଟକଣା ଯୋଗୁ ଭକ୍ତ ଏହି ଅପୂର୍ବ ବେଶକୁ ଦର୍ଶନ କରିବାରୁ ବଞ୍ଚିତ ହେବେ। ଏଥିପାଇଁ ଜିଲା ବାହାର ଲୋକଙ୍କୁ ପୁରୀ ନ ଆସିବା ଲାଗି ପୁରୀ ପ୍ରଶାସନ ନିବେଦନ କରାଯାଇଛି। ତେବେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଆଜି ରାତିରୁ ପୁରୀରେ ୧୪୪ ଧାରା ଜାରି କରାଯିବ। ଆଜି ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ। ରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଜାରି କରାଯିବ। ଏଥି ଯୋଗୁଁ ଭକ୍ତ ପତିତପାବନଙ୍କ ଦର୍ଶନରୁ ବଞ୍ଚିତ ହେବେ।
ବେଶ ଓଲାଗି ପରେ ଭକ୍ତ ପତିତପାବନଙ୍କୁ ଦର୍ଶନ କରିପାରିବେ। ନାଗାର୍ଜୁନ ବେଶ ଲାଗି ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସହରରେ ୨୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୨ ASP, ୭ DSP, ୧୯ SI, ୭୭ ASI ନିଯୁକ୍ତ ରହିବେ। ହରଚଣ୍ଡୀ ସାହିରୁ ନାଗାବେଶକୁ କଡ଼ା ସୁରକ୍ଷାରେ ଅଣାଯିବା ନେଇ ସ୍ଥିର ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।