ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ହରିହର କରଣଙ୍କ ପରଲୋକ ହୋଇଛି। ସେ ସେପ୍ଟିସେମିଆ ରୋଗରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ଷଷ୍ଠ, ସପ୍ତମ, ଅଷ୍ଟମ, ନବମ, ଏକାଦଶ, ଦ୍ୱାଦଶ ବିଧାନସଭାରେ ସେ ସଦସ୍ୟ ଥିଲେ। ୧୯୪୭ ମସିହାରେ ଜନ୍ମଗ୍ରହଣ କରିଥିବା ହରିହର ଛାତ୍ର ଜୀବନରୁ ରାଜନୀତିରେ ପାଦ ଦେଇଥିଲେ। କଟକ ମଧୁସୂଦନ ଆଇନ୍ ମହାବିଦ୍ୟାଳୟରେ ପଢ଼ିବା ବେଳେ ୧୯୬୮ରୁ ୭୧ ଯାଏ ଛାତ୍ର ସଂସଦର ସଭାପତି ଥିଲେ। ପରେ ରାଜ୍ୟ କଂଗ୍ରେସ କମିଟିର ସାଧାରଣ ସଂପାଦକ ଓ ଏଆଇସିସି ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ। ୨୦୧୩ରେ କରଣ ପିସିସି ଶୃଙ୍ଖଳା କମିଟି ମୁଖ୍ୟ ଥିଲେ।
୧୯୭୪ ମସିହାରେ ଷଷ୍ଠ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଦ୍ୱିତୀୟ ଥର ପାଇଁ ୧୯୭୭ରେ ସପ୍ତମ ବିଧାନସଭାକୁ ନିର୍ବାଚିତ ହେବା ପରେ ୧୯୮୦ରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Guest Column
ସାମ୍ପ୍ରତିକ ରାଜନୈତିକ ଉଷ୍ମତାର ଗତି କୁଆଡ଼େ?
ଆସନ୍ତା ୧୫ ତାରିଖ ଦିନ ଯାଜପୁର ଠାରେ ‘ଆସ ଆମେ ବିକାଶ ପାଇଁ ଏକାଠି ହେବା’ ଶିରୋନାମାରେ ଗୋଟିଏ ସମ୍ମିଳନୀ ଡକାଯାଇଛି। ଏହାର ମୁଖ୍ୟ ପୁରୋଧା ଅଛନ୍ତି ବିଜେଡିରୁ ଦୂରେଇ ଯାଇଥିବା ପ୍ରମୁଖ ନେତା ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ସଭାରେ ମୁଖ୍ୟ ଧାରାରୁ ଦୂରେଇ ଯାଇଥିବା ପ୍ରଫୁଲ୍ଲ ଘଡ଼ାଇ ଓ ଅମର ଶତପଥୀ ପ୍ରମୁଖ ସଦସ୍ୟମାନେ ଯୋଗ ଦେଉଛନ୍ତି।

Politics
ନବୀନ କିଂକର୍ତ୍ତବ୍ୟବିମୂଢ଼: କମିଟିରେ ପାଣ୍ଡିଆନମାର୍କାଙ୍କ ଦବଦବା, ଖଣି ଜିଲ୍ଲାରେ ବବିଙ୍କ ଅନୁଗତ
୧୭ତାରିଖ ସୁଦ୍ଧା ୮୧ଜଣିଆ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଘୋଷଣା ହେବ ଓ ୧୯ରେ ରାଜ୍ୟ ପରିଷଦର ସ୍ୱତନ୍ତ୍ର ବୈଠକ ବସି ନବୀନଙ୍କୁ ନବମ ଥର ସଭାପତି ପଦରେ ଅବସ୍ଥାପିତ କରାଯିବ ବୋଲି ସୂଚନା ମିଳିଛି ।

Politics
ବିସ୍ଫୋରକ ସ୍ଥିତିରେ ବିଜେଡି: ପୁରୁଖାଙ୍କୁ ନାଲିଆଖି ଦେଖାଇ ସୁଜାତାଙ୍କ ହାତରେ ସଂଗଠନ ଟେକିଦେବେ କି ନବୀନ?
ଦଳର ୨୪ବର୍ଷ ଶାସନର ଅପ୍ରତ୍ୟାଶିତ ଅନ୍ତର ପ୍ରମୁଖ କାରଣ ସାଜିଥିବା ପାଣ୍ଡିଆନଙ୍କୁ ଦୀର୍ଘ ୧୦ମାସ ଧରି ନବୀନ ନିଜ ପାଖରୁ କାହିଁକି ଦୂରେଇପାରୁନାହାନ୍ତି ଓ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେବାକୁ ଯାଇ କିଭଳି ମିଛ କହିବାକୁ ପଛାଉନାହାନ୍ତି ତାହା ଦଳୀୟ ମହଲରେ ନାନାଦି ଚର୍ଚ୍ଚାକୁ ଖୋରାକ ଯୋଗାଇଥିବାବେଳେ ଦଳୀୟ ସଂଗଠନରେ ପାଣ୍ଡିଆନମାର୍କା ନେତାମାନଙ୍କ ପ୍ରଭାବ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

Special
ପାଣି ସମସ୍ୟା, ବାହା ହୋଇପାରୁନାହାନ୍ତି ଗାଁ ଯୁବକ
ବଡ଼ବାର୍ଲି ଗାଁରେ ୨୧୮ଟି ଘର ଅଛି। ଗାଁର ମୋଟ ଜନସଂଖ୍ୟା ୧୦୦୦ରୁ ଅଧିକ। ସେମାନେ ଆଦିବାସୀ ଓ ଦଳିତ। ପାହାଡ଼, ଜଙ୍ଗଲ ଘେରା ଏହି ଗାଁକୁ ରାସ୍ତା ଯାଇଛି। ବିଜୁଳି ବି ପହଞ୍ଚି ପାରିଛି। କିନ୍ତୁ ଜଳ ବ୍ୟବସ୍ଥା ହୋଇପାରିନାହିଁ।

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।