ବିଜେପିରେ ମିଶିଲେ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ଯୋଗଦେଲେ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ। ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ପ୍ରଭାରୀ ଅରୁଣ ସିଂ ଓ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ସେ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି। ବିଜେପିରେ ଯୋଗ ଦେବା ପରେ ସେ କହିଛନ୍ତି,“ଓଡ଼ିଶାର ସ୍ୱାର୍ଥ ଓ ମୋଦିଙ୍କ ନେତୃତ୍ୱରେ ଆକର୍ଷିତ ହୋଇ ମୁଁ ବିଜେପିରେ ଯୋଗ […]

dama

dama

Manoranjan Sial
  • Published: Thursday, 14 March 2019
  • Updated: 14 March 2019, 09:06 PM IST

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ଯୋଗଦେଲେ ବରିଷ୍ଠ ନେତା ଡାକ୍ତର ଦାମୋଦର ରାଉତ। ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ପ୍ରଭାରୀ ଅରୁଣ ସିଂ ଓ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ସେ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ମିଶିଛନ୍ତି।

ବିଜେପିରେ ଯୋଗ ଦେବା ପରେ ସେ କହିଛନ୍ତି,“ଓଡ଼ିଶାର ସ୍ୱାର୍ଥ ଓ ମୋଦିଙ୍କ ନେତୃତ୍ୱରେ ଆକର୍ଷିତ ହୋଇ ମୁଁ ବିଜେପିରେ ଯୋଗ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ଅଧ୍ୟକ୍ଷ ଅମିତ ଶାହଙ୍କ ନେତୃତ୍ୱରେ ଓଡ଼ିଶା ସଠିକ୍ ଦିଗରେ ଆଗେଇ ପାରିବ। ମୁଁ ଦଳରେ ଜଣେ କର୍ମୀ ଭାବେ ବିଜେପି ପାଇଁ ମନପ୍ରାଣ ଦେଇ କାର୍ଯ୍ୟ କରିବି।”

ସେ ଆହୁରି କହିଛନ୍ତି,“ଅନେକ ମାନସିକ ତର୍ଜମା ପରେ ମୁଁ ବିଜେପିରେ ଯୋଗଦେଇଛି। ୩୫ ବର୍ଷ ହେଲା ମୁଁ ବିଧାୟକ ଓ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛି। ସରକାରଙ୍କ  ବିଭିନ୍ନ ୨୦ଟି ବିଭାଗରେ ମନ୍ତ୍ରୀ ରହିଛି। ମୁଁ ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇଆସିଛି। ୨୦ ବର୍ଷ କାଳ ମୁଁ ବିଜୁ ବାବୁଙ୍କ ସହଯୋଗୀ ରହିଛି।”

ଦାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି,“ନବୀନ ପଟ୍ଟନାୟକଙ୍କ ପ୍ରକୃତି ବିଜୁ ବାବୁଙ୍କ ଠିକ୍‌ ବିପରୀତ। ସେ ଓଡ଼ିଶା ଲୋକଙ୍କୁ ଭଲ ପାଆନ୍ତି ନାହିଁ। ଓଡ଼ିଆ କୁହନ୍ତି ନାହିଁ। ନବୀନ ଦୁର୍ନୀତିକୁ ପ୍ରଶ୍ରୟ ଦିଅନ୍ତି, ଦୁର୍ନୀତିଗ୍ରସ୍ତଙ୍କୁ ସୁରକ୍ଷା ଦିଅନ୍ତି।”

ସେ କହିଛନ୍ତି,“ଚାରା ଦୁର୍ନୀତି ନେଇ ନବୀନଙ୍କ ପାଖରେ ଅଭିଯୋଗ କରିଥିଲି। ସେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ମୋତେ କାଢ଼ି ଦେଲେ। ଗଲା ଛଅ ସାତ ମାସ ହେଲାଣି ମୁଁ ସାରା ରାଜ୍ୟରେ ବୁଲି ଲୋକଙ୍କୁ ନବୀନଙ୍କ କଳା ଶାସନ ବିଷୟରେ ଅବଗତ କରାଉଛି। ଯଦି ଲୋକେ ପୁଣି ନବୀନଙ୍କୁ ସମର୍ଥନ କରନ୍ତି, ତା’ହେଲେ ରାଜ୍ୟ ବୁଡ଼ିଯିବ। ବିଜେଡିର ୩୭ ଜଣ ନେତା ସିବିଆଇ ନଜରରେ ଅଛନ୍ତି।”

ଦାମ କହିଛନ୍ତି,“ଓଡ଼ିଶାରେ ଚାଷୀଙ୍କୁ ହଇରାଣ କରାଯାଉଛି। ସେମାନେ ଆତ୍ମହତ୍ୟା କରୁଛନ୍ତି। ଓଡ଼ିଶାରେ ନାରୀ ସୁରକ୍ଷିତ ନୁହେଁ। ଜଣେ ସଚେତନ ନାଗରିକ ଭାବେ ମୁଁ କେମିତି ସହ୍ୟ କରିବି।”

ଦାମ ବିଜେପିରେ ଯୋଗ ଦେବା ପରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,“ଦାମ ବାବୁଙ୍କୁ ଆମେ ସମସ୍ତେ ଦଳକୁ ସ୍ୱାଗତ କରୁଛୁ। ସେ ହେଉଛନ୍ତି ବିଜୁ ବାବୁଙ୍କ ଆଦର୍ଶରେ ଚାଲୁଥିବା ନେତା। ସେ ସବୁ ବେଳେ ଆଦିବାସୀ ଓ ପଛୁଆ ବର୍ଗର ଲୋକଙ୍କ ଉନ୍ନତି ଚାହିଁଛନ୍ତି।”

ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ଦାମଙ୍କୁ ବିଜେପିକୁ ସ୍ୱାଗତ କରିଛନ୍ତି। ସେ କହିଛନ୍ତି,“ବିଜୁ ଅଙ୍କଲଙ୍କ ସହ ଆପଣ କାମ କରିଛନ୍ତି। ବିଜୁ ଅଙ୍କଲ ଓ ତାଙ୍କ ପୁଅଙ୍କ କ୍ୟାବିନେଟ୍‌ରେ ଅନେକ ବର୍ଷ ଥିଲେ। ଶୀର୍ଷସ୍ତରରେ ଦୁର୍ନୀତି ଅଭିଯୋଗ କରିବାରୁ ବିଜେଡିରୁ ବହିଷ୍କୃତ ହେଲେ। ଓଡ଼ିଶାର ପୁନରୁଦ୍ଧାର ପାଇଁ ଆମେ ମିଶି କି କାମ କରିବା।”

ଦାମ ବିଜେପିରେ ମିଶିବା ପରେ ବିଜେଡି ମୁଖପାତ୍ର ସସ୍ମିତ ପାତ୍ର କହିଛନ୍ତି,“ସେ (ଦାମୋଦର ରାଉତ) ମହିଳା ବିରୋଧୀ ଓ ଜାତିଆଣ ମନ୍ତବ୍ୟ ଦେଇଥିଲେ। ଏଥିପାଇଁ ଦଳ ତାଙ୍କୁ ମନ୍ତ୍ରୀ ପଦରୁ ବିଦା କରିଥିଲା। ସେତେବେଳେ ମଧ୍ୟ ବିଜେପି ଏଥିପାଇଁ ରାଜରାସ୍ତାକୁ ଓହ୍ଲାଇଥିଲା। ଆଜି ତାଙ୍କୁ କୋଳେଇ ନେଇ ବିଜେପି ନିଜ ନୈତିକତାହୀନର ପରିଚୟ ଦେଇଛି। ନୀତି ଓ ଆଦର୍ଶର କଥା କହୁଥିବା ବିଜେପିର କୌଣସି ନୈତିକତା ନାହିଁ।”

ସୂଚନାଯୋଗ୍ୟ, ବିଜେପିରେ ମିଶିବା ପରେ ଦାମୋଦର ରାଉତ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କୁ ତାଙ୍କ ବାସଭବନରେ ଯାଇ ସାକ୍ଷାତ କରିଥିଲେ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos