/odisha-reporter/media/post_attachments/uploads/2022/09/loka.jpg)
loka
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସସ୍ତରରେ ଛୋଟଧରଣର ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍ ବାଳମୁକୁନ୍ଦ ଭୂରାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।
Advertisment
ସେହିପରି ବରିଷ୍ଠ ଓଏଏସ୍ ତଥା ସୁନ୍ଦରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭୈରବ ସିଂ ପଟେଲଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍ ରତ୍ନାକର ସାହୁଙ୍କୁ ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ବଦଳି କରାଯାଇଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
