ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

ପୁରୀ (ଓଡ଼ିଶା ରିପୋର୍ଟର): ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଭୋର ପ୍ରାୟ ୪ଟା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ପ୍ରେମାନନ୍ଦ ଦାସମହାପାତ୍ର କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସିତ ହୋଇ […]

prema1

prema1

Jitendra Garnayak
  • Published: Sunday, 20 September 2020
  • Updated: 20 September 2020, 09:41 AM IST

ପୁରୀ (ଓଡ଼ିଶା ରିପୋର୍ଟର): ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଭୋର ପ୍ରାୟ ୪ଟା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା।

ପ୍ରେମାନନ୍ଦ ଦାସମହାପାତ୍ର କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସିତ ହୋଇ ସୁସ୍ଥ ହୋଇ ଘରକୁ ଫେରିଥିଲେ। ପୁରୀରେ ତାଙ୍କର ଏକ ହୋଟେଲ୍‌ ଥିବାର ବେଳେ ସେଠାରେ ଏକ ରୁମ୍‌ରେ ସେ ଆଇସୋଲେସନ୍‌ରେ ରହୁଥିଲେ ବୋଲି ଜଣାପଡ଼ିଛି।

ପ୍ରେମାନନ୍ଦ ଦାସମହାପାତ୍ର ଥିଲେ ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ। ସେହିପରି ସେ ପୂର୍ବରୁ ଦଇତାପତି ନିଯୋଗର ସମ୍ପାଦକ ଥିଲେ। ସେ ସୁଦୁସୁଆର ନିଯୋଗର ମଧ୍ୟ ସମ୍ପାଦକ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos